କେମିତି କଟିବ ଆଜିର ଦିନ, ଜାଣନ୍ତୁ...
by Argus News
Mon, Apr 08 | 8:30 a.m.

ଅର୍ଗସ ବ୍ୟୁରୋ: କିଛି ଭଲ କାମ କରିବାକୁ ଚାହୁଁଛନ୍ତି କି, ଯଦି କୌଣସି ଭଲ କାମ କରିବାକୁ ଚାହୁଛନ୍ତି । ତେବେ ଜାଣି ରଖନ୍ତୁ କଣ କହୁଛି ଆପଣଙ୍କ ରାଶିଫଳ।   
ମେଷ-
ବ୍ୟବସାୟରେ କିଛି ନୂତନ ଚୁକ୍ତି ପତ୍ର ସମ୍ପାଦନା କରିପାରନ୍ତି ।  ଅତ୍ୟଧିକ କାର୍ଯ୍ୟ ଭାରର ଚାପ ଆପଣଙ୍କୁ ପ୍ରଭାବିତ କରିପାରେ । ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ ।
ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକୁ ପରିବର୍ତନ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ
ବୃଷ-
ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । ଆଇନ ସହୟତା ସାଙ୍ଗକୁ ବିଦେଶ ଯାତ୍ରା କରିବେ । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ନିର୍ମାଣ କାର‌୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ
କର୍କଟ-
କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ ବୃଦ୍ଧି ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ରାଜନିତିରେ  ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା  ପୂରଣ ହୋଇପାରେ । ମାନସିକ ଦୁଶ୍ଚିନ୍ତା କମିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବାପା , ମାଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ଘରୋଇ କାର‌୍ୟ୍ୟକୁ ପୁରା କରିବାରେ ସକ୍ଷମ ହେବେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ମହିଳା ମାନେ ଧର୍ମପରାୟଣ ରହିବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କର ପୂଜାପାଠ କରନ୍ତୁ
କନ୍ୟା-
ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ । ଭାଇଭଉଣୀ ମିଶି ସୁସ୍ୱାଦ ଭୋଜନର ଆନନ୍ଦ ନେବେ ।  ରାଜନିତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସକାଳୁ  କାଉକୁ ଖାଇବାକୁ ଦିଅନ୍ତୁ    
ତୁଳା-
ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ ।  କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ରାଜନୈତିକ ବ୍ୟକ୍ତିଙ୍କ ଅକ୍ରୋଶର ଶିକାର ହେବେ । ଜାଗା, ଜମି ଆଦି କ୍ରୟ କରିବେ ।
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ
ବିଛା-
ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ  ବୃଦ୍ଧି ରହିଅଛି । ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଘର ପାଇଁ ଆସବାବ କ୍ରୟ କରିବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ ।    
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
ପାରିବାରିକ ଜୀବନ ଆମୋଦ ଦାୟକ ହେବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ ।  ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ  ବନ୍ଧୁବାନ୍ଧବଙ୍କ , ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ
ମୀନ-
ଶାରୀରିକ ପିଡା ଭୋଗ କରି ପାରନ୍ତି । ପଇସାର ଅଭାବ ଅନୁଭବ କରିପାରନ୍ତି । ଘରକୁ ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ସମସ୍ତଙ୍କ ପ୍ରିୟ ଭାଜନ ହେବେ । ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର:

ଅଂଶୁଘାତ
19m ago
ଛେଳି ଚରାଇବାକୁ ଯାଇଥିବାବେଳେ ଅଂଶୁଘାତରେ ଟଳିପଡିଲେ...
ସୁବର୍ଣ୍ଣପୁର: ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ । ବୀରମହାରାଜପୁର ଥାନା କମଲପୁର ଗାଁରେ ଘଟିଛି ଅଘଟଣ । ସୂଚନା ଅନୁସାରେ କମଲପୁର ଗାଁ ର ରତ୍ନାକର ବେରିହା ଛେଳି ଚରାଇବାକ
ମତଦାନ
ଦ୍ବିତୀୟ ପର୍ଯ୍ୟାୟ ମତଦାନ, ୩ ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ
ଭୁବନେଶ୍ୱର: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ୩ ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ। 5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର
ଛତିଶଗଡ କୱର୍ଦ୍ଧାରେ
ଛତିଶଗଡ କୱର୍ଦ୍ଧାରେ ପିକଅପ ଭ୍ୟାନ ଓଲଟିଲା : ୧୮ ଶ୍ରମିକ ମୃତ
ଅର୍ଗସ ବ୍ୟୁରୋ: ଛତିଶଗଡ କୱର୍ଦ୍ଧାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏହି ଭୀଷଣ ସଡକ ଦୁର୍ଘଟଣା ୧୮ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । କୁହାଯାଉଛି ଯେ ୨୦ ଫୁଟ ତଳକୁ ଏକ ଖାଇର