ଆଜିର ଦିନ କେମିତି କଟିବ ଜାଣନ୍ତୁ...
by Argus News
Thu, Apr 18 | 9:58 a.m.

ଅର୍ଗସ ବ୍ୟୁରୋ: କେମିତି କଟିବ ଆଜି ଆପଣଙ୍କ ଦିନ। ଜାଣିବାକୁ ଚାହୁଁଛନ୍ତି କି ? କଣ କହୁଛି ଆପଣଙ୍କ ରାଶିଫଳ।

ମେଷ-
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ମନା କରିବେ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହେବେ । ଆର୍ଥିକ ଅନଟନ ହେତୁ ଆଶା ପୂରଣ ହୋଇପାରିବ ନାହିଁ । ପରିବହନ କ୍ଷେତ୍ରରେ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ, ସଭାସମିତିରେ ସମସ୍ୟା ସମାଧାନ ହେବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ପାରିବାରିକ ସ୍ଥିତି ପୂର୍ବ ପରି ରହିବା ହେତୁ ଖୁସି ରହିବେ। ମନ ଭଲ ରହିବ ଏବଂ ବହୁ ଦିନରୁ ଅଟକି ରହିଥିବା କାମ ସୁବିଧାରେ ହୋଇଯିବ । ରାଜନୈତିକ କ୍ଷେତ୍ରରେ  ସୁନାମ ଅର୍ଜନ କରିପାରବେ । କର୍ମକ୍ଷେତ୍ରରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ଉଦ୍ରେକ ହୋଇପାରେ । ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର‌୍ୟ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଅନ୍ୟମନସ୍କ ହେତୁକ କର୍ମ କ୍ଷେତ୍ରରେ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବେ । ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-
ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି । ଚେଷ୍ଟା କରୁଥିବା କାମଟି ହାସଲ କରିବା ସକାଶେ କଠିନ ଶ୍ରମ କରିବାକୁ ପଡ଼ିବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ହେତୁ ଚିନ୍ତା ବୃଦ୍ଧି ପାଇପାରେ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ସିଂହ-
ପରିବାର ମଧ୍ୟରେ ଛୋଟକଥାକୁ ଧରି ବସିଲେ ଅଶାନ୍ତି କମିବା ବଦଳରେ ବଢ଼ିଯିବ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ନତବା ହରାଇପାରନ୍ତି । ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳ ପାଇବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପରିବାରରେ ସୁଖ ଶାନ୍ତି ରାଜୁତିକରିବ। ବାଣିଜ୍ୟ, ପରିବହନ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ । ସଭାସମିତିରେ ଅପ୍ରିୟ ସତ କହି ସମାଲୋଚିତ ହୋଇପାରନ୍ତି । ଅଜଣା ଲୋକଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ମିଠା ଖାଇ ଘରୁ ବାହରନ୍ତୁ 
ତୁଳା-
ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ ।  ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ବନ୍ଧୁ ମିଳନରୁ ଆନନ୍ଦିତ ହେବେ । ବ୍ୟବସାୟ, ପରିବହନ, ବାଣିଜ୍ୟ, କଳକାରଖାନା ଦିଗରୁ ଉପକୃତ ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ପରିବାରରେ ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ ।  ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ ।  ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ
ଧନୁ-
ପାରିବାରିକ ଜୀବନ ଆମୋଦ ଦାୟକ ହେବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ ।  ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ  ବନ୍ଧୁବାନ୍ଧବଙ୍କ , ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଗୃହିଣୀଙ୍କ ଘର କାମରେ ଘର ଲୋକ ସାହାର୍ଯ୍ୟ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର-
ପରିବାରରେ ଆଲୋଚନା ଓ ସମାଲୋଚନା ଭିତରେ ଶାନ୍ତି ଫେରି ଆସିବ । କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ ।  ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ବ୍ୟବସାୟ, ଯୋଗାଯୋଗ, ପରିବହନ କ୍ଷେତ୍ରରେ ସଫଳତା ହାସଲ କରିବେ। ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ  ତୃତିୟ ବ୍ୟକ୍ତି ଲାଭବାନ୍ ହେବ ।  ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପରିବହନ, ପ୍ରଶାସନ ଓ ପ୍ରକାଶନ,ଯୋଗାଯୋଗ କାମ ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ସମ୍ପନ୍ନ ହେବ । ସଭା ସମିତିରେ ସମ୍ମାନ ଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଅଧିକ ପଢ଼ନ୍ତୁ ଓଡିଶା  ଖବର:

CAR
6m ago
କାର ଭିତରେ ରଖନ୍ତୁନି ଏହି ଜିନିଷ, ଘଟିପାରେ ବିସ୍ଫୋରଣ
ଅର୍ଗସ ବ୍ୟୁରୋ: ଦିନକୁ ଦିନ ତାତି ବଢ଼ି ବମି ଚାଲିଛି। ଏଭଳି ସ୍ଥିତିରେ ବାହାରକୁ ବାହାରିବା ମୁସ୍କିଲ। ଯଦି ଆପଣ କାରରେ ବି ବାହାରକୁ ଯାଉଛନ୍ତି, ତେବେ ତଥାପି ବି ଆପଣ ସତର୍
NOSE
31m ago
ନାକରୁ ଅତି ଗରମରୁ ରକ୍ତ ବାହାରେ ତେବେ ...
ଅର୍ଗସ ବ୍ୟୁରୋ: ଗରମ ଦିନରେ ଶରୀରରେ ଅନେକ ପ୍ରକାରର ସମସ୍ୟା ଦେଖାଯାଇଥାଏ । ଆଉ ଅଧିକ ଗରମ ହେଲେ ନାକରୁ ରକ୍ତ ବାହାରି ଥାଏ । ତେବେ ଏହାକୁ କିପରି ରୋକି ପାରିବେ ଆସନ୍ତୁ ଜାଣିବା
ନିହଲପ୍ରସାଦ ନିକଟରେ
38m ago
ନିହଲପ୍ରସାଦ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ୨ମୃତ
ଅର୍ଗସ ବ୍ୟୁରୋ: ଢ଼େଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ଟୋଲରପଶି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ