କେମିତି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ ଆଜିର ରାଶିଫଳ ଓ ଶୁଭ ସଙ୍କେତ
by Argus News
Fri, Apr 19 | 7:08 a.m.

ଅର୍ଗସ ବ୍ୟୁରୋ : ୧୯.ଶୁକ୍ରବାର, ଜାଣନ୍ତୁ ରାଶିଫଳ 
ମେଷ-
ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ବୈବାହିକ ଜୀବନରେ ମଧୁରତା ଆସିପାରେ ।  ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ବୃଷ-
ବ୍ୟବସାୟରେ ସଫଳତା ହାସଲ କରିପାରିବେ ଏବଂ ଏକ ଦୃଢ଼ ବୃତ୍ତି ଗଢ଼ି ପାରିବେ ।
ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଖୁବ୍ ଭଲ ରହିବ । କର୍ମ କ୍ଷେତ୍ରରେ ସାମାନ୍ୟ ବାଧା ଉପୁଜିଲେ ମଧ୍ୟ କାମ ଅଟକିବ ନାହିଁ। ରାଜନିତିରେ ମନ ଚାହୁଁଥିବା ପଦବୀ ମିଳିପାରେ । କୌଣସି ଶୁଭ ଖବର କିମ୍ବା ମୂଲ୍ୟବାନ୍ ଜିନିଷ ପ୍ରାପ୍ତିରେ ଆନନ୍ଦ ଅନୁଭବ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ମିଥୁନ-
ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । ନିର୍ମାଣ କାର‌୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି ।  ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ 

କର୍କଟ
ନୂତନ କର୍ମ କ୍ଷେତ୍ରରେ ଯୋଗଦାନ ଦେଇପାରନ୍ତି । ରାଜନୀତିରେ ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । କାର‌୍ୟ୍ୟ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟ ଉପରେ ଆଧାର କରି  ଏକ ଭଲ ପଦୋନ୍ନତି ଏବଂ ବେତନ ବୃଦ୍ଧି ପାଇଁ ପାରନ୍ତି । ଯେକୌଣସି ପେଟ ସମସ୍ୟା ଅନୁଭବ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ସିଂହ-
କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରି ମାନେ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ଲାଭ କରିବେ । ଅନ୍ଲାଇନ ବ୍ୟବସାୟ କରିବାକୁ ଭାବିବେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

କନ୍ୟା-
ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପରିବାରରେ ହସଖୁସିର ବାତାବରଣ ରହିବ । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇ ପାରନ୍ତି। ମନ୍ଥର ଗତିରେ ଆଜିର କାମଗୁଡ଼ିକ ସମାଧାନ ହୋଇପାରିବ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ  

ତୁଳା-
ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ମାନ ମର‌୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି ।  
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –  ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ବିଛା-
ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି କରିବେ । ଏକ ନୂତନ ଘର କିମ୍ବା ଜମି ପ୍ଲଟ୍ କ୍ରୟ କରିପାରିବେ ।  ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ । ପ୍ରତ୍ୟେକ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯  
ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ 

ଧନୁ-
ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞିବାରେ ସାହାର‌୍ୟ୍ୟ କରିବ । କବିଙ୍କର କୈାଣସି କବିତାରେ ପ୍ରଂଶସା ହୋଇପାରେ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ ।  ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ମକର-
କର୍ମ କ୍ଷେତ୍ରରେ ସାହାର‌୍ୟ୍ୟ ପାଇବେ ଏବଂ ସାଂସାରିକ ଜୀବନ ସୁଖମୟ ହେବ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ  ରହିବ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ ।  ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

କୁମ୍ଭ-
ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ ।  ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ମୀନ-
ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ ।  ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । ଚଳଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ପରୀକ୍ଷାର ପରିଣାମ ଅନୁକୂଳ ହେବ । ପିଲାମାନଙ୍କ କାର୍ଯ୍ୟ କଳାପରେ ସନ୍ତୁଷ୍ଟି ଲାଭ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଅଧିକ ପଢନ୍ତୁ ରାଶିଫଳ ଖବର

CAR
6m ago
କାର ଭିତରେ ରଖନ୍ତୁନି ଏହି ଜିନିଷ, ଘଟିପାରେ ବିସ୍ଫୋରଣ
ଅର୍ଗସ ବ୍ୟୁରୋ: ଦିନକୁ ଦିନ ତାତି ବଢ଼ି ବମି ଚାଲିଛି। ଏଭଳି ସ୍ଥିତିରେ ବାହାରକୁ ବାହାରିବା ମୁସ୍କିଲ। ଯଦି ଆପଣ କାରରେ ବି ବାହାରକୁ ଯାଉଛନ୍ତି, ତେବେ ତଥାପି ବି ଆପଣ ସତର୍
NOSE
31m ago
ନାକରୁ ଅତି ଗରମରୁ ରକ୍ତ ବାହାରେ ତେବେ ...
ଅର୍ଗସ ବ୍ୟୁରୋ: ଗରମ ଦିନରେ ଶରୀରରେ ଅନେକ ପ୍ରକାରର ସମସ୍ୟା ଦେଖାଯାଇଥାଏ । ଆଉ ଅଧିକ ଗରମ ହେଲେ ନାକରୁ ରକ୍ତ ବାହାରି ଥାଏ । ତେବେ ଏହାକୁ କିପରି ରୋକି ପାରିବେ ଆସନ୍ତୁ ଜାଣିବା
ନିହଲପ୍ରସାଦ ନିକଟରେ
37m ago
ନିହଲପ୍ରସାଦ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ୨ମୃତ
ଅର୍ଗସ ବ୍ୟୁରୋ: ଢ଼େଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ଟୋଲରପଶି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ