ବଦଳିଲା ପାଗ : ଘୋଟି ଆସିଲା କଳାହାଣ୍ଡିଆ ମେଘ
by Argus News
Mon, May 06 | 3:16 p.m.

ଅର୍ଗସ ବ୍ୟୁରୋ : ବଦଳିଲା ପାଗ । କଟକରେ ପ୍ରବଳ ବର୍ଷା । ଏପଟେ ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ଦିନ ପର୍ଯ୍ୟନ୍ତ ବିଜୁଳି ଘଡଘଡି ସହ ଝଡ ତୋଫାନ ହେବାର ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟା ପାଇଁ କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୩୦ରୁ ୪୦ କିମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ ପାଣିପାଗ ଖବର

ଆସନ୍ତାକାଲି ଠାରୁ ବର୍ଷାର ବିସ୍ତୃତି ବୃଦ୍ଧି ପାଇବ । ବର୍ଷା କାରଣରୁ ସମଗ୍ର ଓଡ଼ିଶାରେ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ୬ ଜିଲ୍ଲାକୁ ବର୍ଷା ନେଇ ୭ ରୁ ୧୦ ତାରିଖ ପର୍ଯ୍ୟନ୍ତ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଉତ୍ତର ଓଡ଼ିଶା, ଉପକୂଳ ଓଡ଼ିଶା, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲାରେ ୫ ଦିନ ପାଇଁ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । 

MODI
1m ago
ମୋଦିଙ୍କ ରୋଡ଼ ସୋ' : ସାମିଲ ହେଲେ ହଜାର ହଜାର ଲୋକେ
ଅର୍ଗସ ବ୍ୟୁରୋ : ଚାଲିଛି ମୋଦିଙ୍କ ରୋଡ଼ ସୋ' । ଶ୍ରୀଜଉଙ୍କ ଦର୍ଶନ ପରେ ବଡ଼ଦାଣ୍ଡରୁ ଆରମ୍ଭ କରିଛନ୍ତି ରୋଡ ସୋ' । ଏହି ରୋଡ଼ ସୋ'ରେ ଦେଖିବାକୁ ମିଳୁଛି ଲୋକଙ୍କ
MODI
20m ago
ପୁରୀ ବଡ଼ଦାଣ୍ଡରେ ମୋଦି, ଆରମ୍ଭ ହେଲା ରୋଡ଼ ସୋ'
ଅର୍ଗସ ବ୍ୟୁରୋ : ମହାପ୍ରଭୁଙ୍କ ଦର୍ଶନପରେ ରୋଡ଼ ସୋ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି । ଆଜି ସକାଳୁ ସକାଳୁ ସକାଳୁ ଭୁବନେଶ୍ବର ରାଜଭବନରୁ ବାହାରି ପୁରୀ ପହଞ୍ଚିଥିଲେ ମୋଦି । ପୁରୀରେ ପହଞ୍ଚ
PM
33m ago
ଶ୍ରୀଜିଉଙ୍କୁ ଦର୍ଶନ କରି ଶ୍ରୀମନ୍ଦିରୁ ବାହାରିଲେ ମୋଦି
ଅର୍ଗସ ବ୍ୟୁରୋ : ଜଗା ଦର୍ଶନ କରି ଶ୍ରୀମନ୍ଦିରୁ ବାହାରିଲେ ମୋଦି । ଶ୍ରୀମନ୍ଦିରେ କଲେ ପୂଜାର୍ଚ୍ଚନା । ମହାପ୍ରଭୁଙ୍କ ଦର୍ଶନପରେ ରୋଡ଼ ସୋ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି । ଆଜି ସକାଳ