ଭିଜାଇଲା କାଳବୈଶାଖୀ ବର୍ଷା, ତାତିରୁ ମିଳିଲା ଆଶ୍ବସ୍ତି
by Argus News
Thu, May 09 | 7:17 a.m.

ଅର୍ଗସ ବ୍ୟୁରୋ : ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁ ତାତିରୁ ତ୍ରାହି ମିଳିଛି । ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ଦେଖାଯାଉନି । ସେହିପରୀ ଅନେକ ସ୍ଥାନରେ ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆସନ୍ତା ୩ ଦିନ ଭିତରେ ରାଜ୍ୟରେ ତାପମାତ୍ରା ୪ରୁ ୬ ଡିଗ୍ରୀ କମିବା ନେଇ ସମ୍ଭାବନା ରହିଛି । 

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହୋଇଛି । କେନ୍ଦ୍ରାପଡ଼ାରେ ସର୍ବାଧିକ ୪୨ ମିଲିମିଟର, ଚାନ୍ଦବାଲିରେ ୧୫ ମିଲିମିଟର, କେନ୍ଦୁଝରରେ ୮.୨ ମିଲିମିଟର ଓ ପାରାଦୀପରେ ୦୫. ମିଲିମିଟର ବର୍ଷା ରେକର୍ଡ ହୋଇଛି । ତେବେ ନବରଙ୍ଗପୁରରେ ସର୍ବନିମ୍ନ ୨୫.୫ ଡିଗ୍ରୀ ରେକର୍ଡ କରାଯାଇଛି । ଟିଟିଲାଗଡ ଓ ବଲାଙ୍ଗିରରେ ୧୦ ଡିଗ୍ରି ତାପମାତ୍ରା କମିଥିବା ବେଳେ ଭୁବନେଶ୍ବରରେ ୭.୨ ଡିଗ୍ରି ହ୍ରାସ ପାଇଛି ।  

ଅଧିକ ପଢନ୍ତୁ ପାଣିପାଗ ଖବର

କାଳବୈଶାଖୀ ଯୋଗୁ  ଆଜି ମଧ୍ୟ ତାପମାତ୍ରା କମ ରହିବା ନେଇ ଆକଳନ କରାଯାଇଛି । ଭୁବନେଶ୍ବର ସମେତ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ସମ୍ଭାବନା ଥିବାରୁ ତାପମାତ୍ରାରେ ବିଶେଷ ବୃଦ୍ଧି ଘଟିବ ନାହିଁ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ଅକଳନ କରିଛି ।

PM
3m ago
ପୁରୀ ରୋଡ଼ ସୋ' ଶେଷ କରି ଅନୁଗୁଳ ପହଞ୍ଚିଲେ ମୋଦି
ଅର୍ଗସ ବ୍ୟୁରୋ : ଅନୁଗୁଳରେ ପହଞ୍ଚିଲେ ମୋଦି । ପୁରୀ ରୋଡ଼ ସୋ' ଶେଷ କରି ଅନୁଗୋଳ ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ । ସେଠାରେ ସାଧାରଣ ସଭାରେ ଯୋଗ ଦେବେ । ସେଠାରେ ସଭା ଶେଷ କରି ୧୧ଟ
VOTE
28m ago
ସକାଳ ୯ଟା ସୁଦ୍ଧା ୬.୯୯% ମତଦାନ
ଅର୍ଗସ ବ୍ୟୁରୋ : ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ସକାଳ ୯ଟା ସୁଦ୍ଧା ୬.୯୯ ପ୍ରତିଶତ ମତଦାନ ହୋଇଛି । ୫ ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ
PM
ଶେଷ ହେଲା ପୁରୀ ରୋଡ଼ ସୋ', ଏବେ ଅନୁଗୁଳରେ କରିବେ ସାଧାରଣ ସଭା
ଅର୍ଗସ ବ୍ୟୁରୋ : ସରିଲା ମୋଦିଙ୍କ ବିଶାଳ ରୋଡ଼ ସୋ' । ମରିଚକୋଟରୁ ଆରମ୍ଭ ହୋଇଥିବା ଏହି ରୋଡ଼ ସୋ' ମେଡିକାଲ ଛକରେ ଶେଷ ହୋଇଛି । ଏହି ରୋଡ଼ ସୋ ରେ ସମଗ୍ର ବଡ଼ଦାଣ୍ଡ ପାଲଟିଥିଲ