ଶ୍ରୀମନ୍ଦିର ଭିତରକାଠ ନିକଟରେ ପଡିଲା ରକ୍ତଛିଟା, ମହାପ୍ରଭୁଙ୍କର ହେଲା ବଡ ମହାସ୍ନାନ
by Argus News
Tue, Apr 23 | 9:28 a.m.

ଅର୍ଗସ ବ୍ୟୁରୋ: ଶ୍ରୀମନ୍ଦିରରେ ଅଘଟଣ। ଭିତରକାଠ ନିକଟରେ ରକ୍ତଛିଟା ପଡିବାରୁ ମହାପ୍ରଭୁଙ୍କର ହେଲା ବଡମହାସ୍ନାନ। ମଙ୍ଗଳ ଆଳତୀ ପୂର୍ବରୁ ମହାସ୍ନାନ ହେଲେ ମହାପ୍ରଭୁ। ସକାଳ ୫ଟା ୨୧ରେ ସିଂହଦ୍ୱାର ଫିଟିବା ପରେ ପ୍ରଥମେ ସେବାୟତ ଘରର ମହିଳାମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବେଶ କରିଥିଲେ। କାରଣ ମଙ୍ଗଳ ଆଳତୀ ସମୟରେ କେବଳ ସେବକ, ସେମାନଙ୍କ ଧର୍ମ ପତ୍ନୀ କିମ୍ବା ପରିବାର ସଦସ୍ୟ ଭିତର କାଠ ପର୍ଯ୍ୟନ୍ତ ଯାଇଥାନ୍ତି।

ସୂଚନା ମୁତାବକ ଆଜି ସକାଳୁ ଭିତରକାଠ ପାଖ ଧୁକୁଡି ଦ୍ୱାର ନିକଟରେ ଜଣେ ସେବାୟତ ମହିଳାଙ୍କ ଆଙ୍ଗୁଠିରୁ ରକ୍ତଛିଟା ଲାଗିଥିଲା। ଫଳରେ ମଙ୍ଗଳ ଆଳତୀ ପୂର୍ବରୁ ନୀତି ଅଟକିଥିବା ଜଣାପଡିଛି। ମହାପ୍ରଭୁଙ୍କ ବଡ ମହାସ୍ନାନ ହେବା ପରେ ନୀତି ଆଗକୁ ବଢିବ ବୋଲି ସୂଚନା ମିଳିଛି।

ବଡ଼ ମହାସ୍ନାନ ପରେ ଗଭା ବେଶ ଓ ପରେ ମଙ୍ଗଳ ଅଳତୀ କରାଯିବ। ଆଜି ଶ୍ରୀମନ୍ଦିର ନୀତିକାନ୍ତିରେ ବିଳମ୍ବ ହେବ ବୋଲି ଜଣାଯାଇଛି। ମନ୍ଦିର ବାହାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିବା ବେଳେ ନୀତିକାନ୍ତିରେ ବିଳମ୍ବ ହେତୁ ସେମାନେ ଭିତରକୁ ପ୍ରବେଶ କରିପାରୁନାହାନ୍ତି।

ଅଧିକ ପଢ଼ନ୍ତୁ ଧର୍ମ ଓ ସଂସ୍କୃତି ଖବର 
 

ଅଂଶୁଘାତ
19m ago
ଛେଳି ଚରାଇବାକୁ ଯାଇଥିବାବେଳେ ଅଂଶୁଘାତରେ ଟଳିପଡିଲେ...
ସୁବର୍ଣ୍ଣପୁର: ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ । ବୀରମହାରାଜପୁର ଥାନା କମଲପୁର ଗାଁରେ ଘଟିଛି ଅଘଟଣ । ସୂଚନା ଅନୁସାରେ କମଲପୁର ଗାଁ ର ରତ୍ନାକର ବେରିହା ଛେଳି ଚରାଇବାକ
ମତଦାନ
ଦ୍ବିତୀୟ ପର୍ଯ୍ୟାୟ ମତଦାନ, ୩ ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ
ଭୁବନେଶ୍ୱର: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ୩ ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ। 5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର
ଛତିଶଗଡ କୱର୍ଦ୍ଧାରେ
ଛତିଶଗଡ କୱର୍ଦ୍ଧାରେ ପିକଅପ ଭ୍ୟାନ ଓଲଟିଲା : ୧୮ ଶ୍ରମିକ ମୃତ
ଅର୍ଗସ ବ୍ୟୁରୋ: ଛତିଶଗଡ କୱର୍ଦ୍ଧାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏହି ଭୀଷଣ ସଡକ ଦୁର୍ଘଟଣା ୧୮ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । କୁହାଯାଉଛି ଯେ ୨୦ ଫୁଟ ତଳକୁ ଏକ ଖାଇର