ଉନ୍ମୋଚିତ ହେଲା ଭାରତର ବିଶ୍ବକପ ଜର୍ସି
by Argus News
Tue, May 07 | 9:44 p.m.

ଅର୍ଗସ ବ୍ୟୁରୋ: ଟ୍ବେଣ୍ଟି-୨୦ ବିଶ୍ବକପ୍ ଲାଗି ଭାରତୀୟ କ୍ରିକେଟ୍ ଦଳର ‌ନୂଆ ଜର୍ସି ଉନ୍ମୋଚିତ ହୋଇଛି। ହିମାଚଳପ୍ରଦେଶର ଧର୍ମଶାଳାରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଏହି ଜର୍ସିର ଉନ୍ମୋଚନ କରାଯାଇଥିବା ଭାରତୀୟ ଦଳର କିଟ୍ ପ୍ରାୟୋଜକ ‘ଆଡିଡାସ୍’ ଭିଡିଓ ପ୍ରକାଶ କରି ସୂଚନା ଦେଇଛି। ଭିଡିଓରେ ସ୍ଥାନୀୟ ଏଚ୍‌ପିସିଏ ଷ୍ଟାଡିୟମ୍‌ରେ ହେଲିକପ୍ଟର୍‌ରୁ ଝୁଲୁଥିବା ଏକ ବିଶାଳ ଜର୍ସିକୁ ଅଧିନାୟକ ରୋହିତ ଶର୍ମା, ଅଲରାଉଣ୍ଡର୍ ରବୀନ୍ଦ୍ର ଜାଡ଼େଜା ଓ କୁଲଦୀପ ଯାଦବ ଚାହିଁ ରହିଥିବା ଦେଖିବାକୁ ମିଳୁଛି। 

ନୀଳ ଓ ନାରଙ୍ଗୀ ରଙ୍ଗର ଏହି ଜର୍ସିର କେବଳ କାନ୍ଧରେ ନାରଙ୍ଗୀ ରଙ୍ଗ ଥିଲା ବେଳେ ଅବଶିଷ୍ଟ ଅଂଶ ନୀଳରଙ୍ଗର ରହିଛି। ସେହିଭଳି ଦୁଇଟି ସମାନ୍ତରାଳ ନାରଙ୍ଗୀ ପଟି ଅଣ୍ଟା ପର୍ଯ୍ୟନ୍ତ ଲମ୍ବିଛି। ଛାତିରେ ଥିବା ଆଡିଡାସ୍‌ର ତିନିଟି ଟ୍ରେଡମାର୍କ ଷ୍ଟାଇପ୍ ହେଉଛି ଧଳାରଙ୍ଗର।

ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର 
 

LOK SABHA POLLS
11m ago
ଆଜି ଦେଶରେ ପଞ୍ଚମ ପର୍ଯ୍ୟାୟ ମତଦାନ
ଅର୍ଗସ ବ୍ୟୁରୋ : ଆଜି ଦେଶରେ ପଞ୍ଚମ ପର୍ଯ୍ୟାୟ ମତଦାନ । ୮ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଲୋକସଭା ଆସନରେ ହେବ ଭୋଟଗ୍ରହଣ । ଉତ୍ତରପ୍ରଦେଶର ୧୪ ସିଟ୍, ମହାରାଷ୍ଟ୍ର ୧୩ଟି ସିଟ୍
ଆଜି ଓଡ଼ିଶାରେ ଦ୍ବିତୀୟ
16m ago
ଆଜି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ
ଅର୍ଗସ ବ୍ୟୁରୋ : ଆଜି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ । ଆଜି ୫ ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଏବଂ ୩୫ ବିଧାନସଭା ଆସନ ପାଇଁ ଆରମ୍ଭ ହୋଇଛି ଭୋଟି
HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ