ଶୁଭ କାମରେ ଯାଉଛନ୍ତି କି ? ଦେଖିନିଅନ୍ତୁ କ'ଣ ରହିଛି ଆପଣଙ୍କ ଭାଗ୍ୟ ଫଳ
by Argus News
Sun, Mar 24 | 8:24 a.m.

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆଜିର ରାଶିଫଳ । ଶୁଭ କାମରେ ଯାଉଛନ୍ତି କି । ଦେଖିନିଅନ୍ତୁ କଣ ରହିଛି ଆପଣଙ୍କ ଭାଗ୍ୟ ଫଳ ।  

 


ମେଷ-
ଘରୋଇ ଜୀବନ ସୁଖ, ଶାନ୍ତିମୟ ହେବ । କାର‌୍ୟ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ । ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ । ଇଂଜିନିୟରଙ୍କୁ ବଡ କଂପାନୀରେ ଚାକିରିରେ ପ୍ରସ୍ତାବ ମିଳିପାରେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଶ୍ରୀ ହନୁମାନଙ୍କ ପାଖରେ ପେଡା ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ ।
ବୃଷ-
ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ସତର୍କରେ ପଦକ୍ଷପ ନ  ନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ 
ମିଥୁନ-
ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ କ୍ଷ ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ  । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗୋଟାମୁଗ କୈାଣସି ଗ୍ରହବିପ୍ରଙ୍କୁ ଦାନ କରନ୍ତୁ 
କର୍କଟ-
ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବ୍ୟବସାୟରେ ନୂଆ ଗୋଷ୍ଠୀ ସହିତ ଯୋଡି ହେବା ପାଇଁ ଚେଷ୍ଟା କରିବେ । ଚାକିରୀରେ ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ । ସତକଥା କହିବାକୁ ଯାଇ ଅନ୍ୟ ଆଗରେ ଦୋଷି ହୋଇଯାଆନ୍ତି । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- କିଛି ମିଠା ଖାଇ ଘରୁ ବାହାରନ୍ତୁ
ସିଂହ-
ଶାରିରୀକ କ୍ରିଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ଛାତ୍ର ଛାତ୍ରୀ ମାନେ ମୈଳିକ ବୁ୍ଦ୍ଧିର ଉପଯୋଗ  କରିବେ । ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ପୂଜା କରନ୍ତୁ 
କନ୍ୟା-
ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ମାର୍କେଟଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ରାଜନେତାଙ୍କ ସାମାଜିକ ସ୍ତର ବଢିବ । କୋର୍ଟକଚେରୀ ମାମଲାକୁ ନେଇ ଚିନ୍ତାରେ ରହିପାରନ୍ତି । 
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 
ତୁଳା-
ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ଆପଣଙ୍କ ସମ୍ପର୍କରେ ଆସୁଥିବା ପ୍ରତ୍ୟେକ ଲୋକଙ୍କ ସହ ପ୍ରେମପୂର୍ଣ୍ଣ ବ୍ୟବହାର କରିବେ । ସଙ୍ଗୀତଜ୍ଞଙ୍କୁ ବଡ ସୁଯୋଗ ମିଳିବ କାନୁନ । ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- କୈାଣସି ଅସାହାୟ ବା ଗରିବ ସ୍ତ୍ରୀ ଲୋକଙ୍କୁ ସାହାର‌୍ୟ୍ୟ କରନ୍ତୁ
ବିଛା-
ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ । ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । 
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଧନୁ-
ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ବିଦ୍ୟାର୍ଥୀ ମାନେ ନାନା ସମସ୍ୟାରେ ଆଗେଇବେ ।  ରାଜନୀତିରେ ଆର୍ଥିକ ଲାଭ ହୋଇପାରେ ।  ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ଶ୍ରୀ ହରିଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ପେଟ ବ୍ୟଥାରୁ ମୁକ୍ତି ମିଳିବ । ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । ବ୍ୟବସାୟରେ ପରିଶ୍ରମ ଅନୁଯାୟୀ ଫଳ ପାଇବ । ରାଜନୈତିକ କ୍ଷେତ୍ରରେ ଟିକିଏ ଜଟିଳ ଆଡକୁ ଗତି କରିବ କିନ୍ତୁ ପରିମାଣ ବିଶେଷ କିଛି ଖରାପ ହେବ ନାହିଁ । ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । 
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 
କୁମ୍ଭ-
ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈାଭାଗ୍ୟ ପ୍ରଦାନ କରିବ । ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । ସାମାଜିକ ଓ ପ୍ରଭାବଶାଳୀ କାର‌୍ୟ୍ୟରେ ମନ ବଳାଇବେ । ଛୋଟବଡବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ଗୃହିଣୀ ମାନେ କର୍ତବ୍ୟ ପରାୟଣ ରହିବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ
ମୀନ-
କର୍ତୁପକ୍ଷ ଆପଣଙ୍କ ଦରମାକୁ ବୃଦ୍ଧି କରିବା ପାଇଁ ନିଷ୍ପତି ନେଇ ପାରନ୍ତି । ବନ୍ଧୁ ମାନଙ୍କ  ସହିତ ସମୟ ଅତିବାହିତ କରିବେ ।  ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ରହିବେ ।  
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

CAR
6m ago
କାର ଭିତରେ ରଖନ୍ତୁନି ଏହି ଜିନିଷ, ଘଟିପାରେ ବିସ୍ଫୋରଣ
ଅର୍ଗସ ବ୍ୟୁରୋ: ଦିନକୁ ଦିନ ତାତି ବଢ଼ି ବମି ଚାଲିଛି। ଏଭଳି ସ୍ଥିତିରେ ବାହାରକୁ ବାହାରିବା ମୁସ୍କିଲ। ଯଦି ଆପଣ କାରରେ ବି ବାହାରକୁ ଯାଉଛନ୍ତି, ତେବେ ତଥାପି ବି ଆପଣ ସତର୍
NOSE
31m ago
ନାକରୁ ଅତି ଗରମରୁ ରକ୍ତ ବାହାରେ ତେବେ ...
ଅର୍ଗସ ବ୍ୟୁରୋ: ଗରମ ଦିନରେ ଶରୀରରେ ଅନେକ ପ୍ରକାରର ସମସ୍ୟା ଦେଖାଯାଇଥାଏ । ଆଉ ଅଧିକ ଗରମ ହେଲେ ନାକରୁ ରକ୍ତ ବାହାରି ଥାଏ । ତେବେ ଏହାକୁ କିପରି ରୋକି ପାରିବେ ଆସନ୍ତୁ ଜାଣିବା
ନିହଲପ୍ରସାଦ ନିକଟରେ
37m ago
ନିହଲପ୍ରସାଦ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ୨ମୃତ
ଅର୍ଗସ ବ୍ୟୁରୋ: ଢ଼େଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ଟୋଲରପଶି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ