ଏହି 5 ରାଶି ସତର୍କ ରୁହନ୍ତୁ...
by Argus News
Sat, Apr 20 | 8:19 a.m.

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ । ଦେଖନ୍ତୁ... 


ପ୍ରେମ ବଢ଼ିବ ଏବଂ ପରସ୍ପର ପ୍ରତି ଉତ୍ସର୍ଗୀକୃତ ଭାବନା ସୃଷ୍ଟି ହେବ । ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ । ଶୃଜନା ଶୀଳତା ଓ ଧର୍ମପ୍ରାପ୍ତିରେ ବାଧା ଆସିପାରେ । ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି, ଏଣୁ ସତର୍କ ରହିବା ଭଲ । ପିଲାମାନଙ୍କ କଳହକୁ କେନ୍ଦ୍ରକରି ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ  
ବୃଷ-
ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । କୌଣସି କାର‌୍ୟ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ମହିଳା ମିତ୍ରଙ୍କ ସାହାର‌୍ୟ୍ୟ ମିଳିବ ।ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬    
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ସ୍ୱାସ୍ଥ୍ୟ ସମ୍ବନ୍ଧିୟ ସମସ୍ୟା ଦୂର ହେବ ।  ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । କର୍ମ କ୍ଷେତ୍ରରେ ଆଗେଇବେ ।ଭୂ-ସମ୍ପକୁ ନେଇ ସମସ୍ୟା ଉପୁଜିପାରେ ।  ଉଚ୍ଚଶିକ୍ଷା କରିବାକୁ  ଛାତ୍ରଛାତ୍ରୀମାନେ ଭଲ ଫଳାଫଳ ପାଇପାରିବେ । ଯେକୌଣସି ଘରର ମରାମତି କିମ୍ବା ସାଜସଜ୍ଜା କାର‌୍ୟ୍ୟରେ ବହୁତ ଖର୍ଚ୍ଚ କରି ପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗୋମାତାଙ୍କୁ ଖାଇବାକୁ ଦିଅନ୍ତୁ
କର୍କଟ-
ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ବାହ୍ୟ ଶତୃଙ୍କ ଠାରୁ ଦୂରରେ ରହିଲେ ଭଲ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ । ବାଣିଜ୍ୟ ବ୍ୟବସାୟରେ ଲାଭ ହେବାର ଆଶା ଅଛି । ଜଣେ ବିଶିଷ୍ଟବ୍ୟକ୍ତିଙ୍କ ଛତ୍ରଛାୟାରେ ଅସମ୍ଭବ କାମକୁ ସମ୍ଭବ କରିପାରିବେ। ସରକାରୀ ସ୍ତରରୁ କୌଣସି ଖବର ପାଇ ଖୁସି ହେବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-
ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ ।  ଖେଳକୁଦରେ ମନ ଦେବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ  
ତୁଳା-
କର୍ମକ୍ଷେତ୍ରରେ ବନ୍ଧୁ କିମ୍ବା ସହକର୍ମୀ ମାନଙ୍କ ସହ ତିକ୍ତତା ଦେଖାଦେଇ ପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । ମାନସିକ ସ୍ଥିରତା ଅଭାବରୁ ବିନା କାରଣରେ ଝଗଡା ଲାଗିପାରେ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବାର ସୂଚନା ରହିଛି । ଓକିଲଙ୍କ ପାଇ ଦିନଟି ଭଲ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ 
ବିଛା-
ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ ।  ରାଜନିତି ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସମ୍ପତି ପାଇଁ ସାମାନ୍ୟ ସମସ୍ୟା ସୃଷ୍ଟି ହୋଇପାରେ । ସାମାଜିକ ସ୍ତରରେ ସେବା ଓ ପରୋପକାରକରି ପ୍ରଶଂସିତ ହେବେ । ମହିଳା ମାନେ କୁଟୁମ୍ଭ ଲୋକଙ୍କ ସହ ସମୟ ବିତାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ମକର-
କୈାଣସି ସହପାଠୀ ଆପଣଙ୍କର ସାହାର‌୍ୟ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ ।
ସାମାଜିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବେ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । ହଠାତ୍ ସନ୍ତାନଙ୍କ ପାଇଁ ଚିନ୍ତା କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଉଚ୍ଚ ସମ୍ଭାବନାର ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ ।  ସରକାରୀ  ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮    
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ  ଦିଅନ୍ତୁ
ମୀନ-
ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ । ଘର ପାଇଁ ନୂଆ ଆସବାବ କ୍ରୟ କରିବେ । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

CAR
now
କାର ଭିତରେ ରଖନ୍ତୁନି ଏହି ଜିନିଷ, ଘଟିପାରେ ବିସ୍ଫୋରଣ
ଅର୍ଗସ ବ୍ୟୁରୋ: ଦିନକୁ ଦିନ ତାତି ବଢ଼ି ବମି ଚାଲିଛି। ଏଭଳି ସ୍ଥିତିରେ ବାହାରକୁ ବାହାରିବା ମୁସ୍କିଲ। ଯଦି ଆପଣ କାରରେ ବି ବାହାରକୁ ଯାଉଛନ୍ତି, ତେବେ ତଥାପି ବି ଆପଣ ସତର୍
NOSE
25m ago
ନାକରୁ ଅତି ଗରମରୁ ରକ୍ତ ବାହାରେ ତେବେ ...
ଅର୍ଗସ ବ୍ୟୁରୋ: ଗରମ ଦିନରେ ଶରୀରରେ ଅନେକ ପ୍ରକାରର ସମସ୍ୟା ଦେଖାଯାଇଥାଏ । ଆଉ ଅଧିକ ଗରମ ହେଲେ ନାକରୁ ରକ୍ତ ବାହାରି ଥାଏ । ତେବେ ଏହାକୁ କିପରି ରୋକି ପାରିବେ ଆସନ୍ତୁ ଜାଣିବା
ନିହଲପ୍ରସାଦ ନିକଟରେ
31m ago
ନିହଲପ୍ରସାଦ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ୨ମୃତ
ଅର୍ଗସ ବ୍ୟୁରୋ: ଢ଼େଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ଟୋଲରପଶି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ