ଥରେ କି ଦୁଇ ଥର ନୁହଁ ୧୬ ଥର ଛୁରୀ ଭୁଷି ହତ୍ୟା
by Argus News
Thu, Apr 18 | 8:23 p.m.

କେନ୍ଦ୍ରାପଡା: ଥରେ କି ଦୁଇ ଥର ନୁହଁ ୧୬ ଥର ଛୁରୀ ଭୁଷି ହତ୍ୟା । ଘଟଣା ଘଟିଛି କେନ୍ଦ୍ରାପଡା ଟାଉନ ଥାନା ଅନ୍ତର୍ଗତ ଟାଉନ୍ ବଲରାମ ପୁରୁରେ । ଛୁରୀ ମାଡରେ ମୃତ୍ୟୁବରଣ କରିଥିବା ଯୁବକ ଜଣଙ୍କ ହେଉଛନ୍ତି ସଦର ଥାନା ଅନ୍ତର୍ଗତ ସାରଙ୍ଗ ଗାଁର ଅକ୍ଷୟ ଖଟୁଆ ।

ଅକ୍ଷୟ ଜଣେ ଏସି ମେକାନିକ l ଆଜି ଦିନ ପ୍ରାୟ ସାଢେ ୩ ଟା ବେଳେ ଅକ୍ଷୟ ଏବ୍ଂ ତାଙ୍କ ବନ୍ଧୁ ବଳରାମ ମହାରଣା ମାର୍ଶାଘାଇରୁ ଏକ ଏସି ମରାମତି ସାରି ଫେରୁଥିବାବେଳେ ବଲରାମପୁର ହନୁମାନ ମନ୍ଦିର ନିକଟରେ ଅଟକି ଏକ ପାନ ଦୋକାନରେ ପାନ କିଣୁଥିଲେ । ଏହି ସମୟରେ ହଠାତ୍ ଆଦିତ୍ୟ ପ୍ରସାଦ ବେହେରା ନାମକ ସ୍ଥାନୀୟ ଯୁବକ ସେଠାରେ ପହଞ୍ଚି ପ୍ରଥମେ ବଳରାମଙ୍କୁ ଏକ ଧାରୁଆ ଛୁରୀରେ ଆକ୍ରମଣ କରିଥିଲା । ବଳରାମ ଖସି ପଳାଇଥିଲେ । ପରେ ସେ ଅକ୍ଷୟଙ୍କୁ ଆକ୍ରମଣ କରି ତଳେ ପକାଇ ଦେଇଥିଲେ l ଅକ୍ଷୟ ତଳେ ପଡିଯିବା ପରେ ଆଦିତ୍ୟ ତାଙ୍କୁ ବାରମ୍ବାର ଛୁରୀ ଭୁଷି ଚାଲିଥିଲା l ପାଟିତୁଣ୍ଡ ଶୁଣି ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଆଦିତ୍ୟକୁ କାବୁ କରି ନେଇଥିଲେ l ଗୁରୁତର ଅବସ୍ଥାରେ ଅକ୍ଷୟଙ୍କୁ ତୁରନ୍ତ ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଅଭିଯୁକ୍ତ ଆଦିତ୍ୟକୁ ପୋଲିସ ଅଟକ ରଖିଛି ।

ତେବେ ଆଦିତ୍ୟ ଜଣେ ଆସାମଜିକ ଯୁବକ ବୋଲି ସ୍ଥାନୀୟ ଲୋକେ କହିଛନ୍ତି । ସେ ବାରମ୍ବାର ଏପରି ଘଟଣା ଘଟାଇଥିବା ଜଣାପଡିଛି । ଅଭିଯୁକ୍ତ ଆଦିତ୍ୟ ସମ୍ପର୍କରେ ପୂର୍ବରୁ ପୋଲିସ ନିକଟରେ ଅଭିଯୋଗ ହୋଇଥିବା ଲୋକେ କହିଛନ୍ତି । ତେବେ ଏ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ବୋଲି କହିଛନ୍ତି ଏସପି ସିଦ୍ଧାର୍ଥ କଟାରିଆ । 

ଆହୁରି ପଢନ୍ତୁ ଓଡିଶା ଖବର...
 

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍