ରାୟଗଡାରେ ତାଣ୍ଡବ ରଚିଲା କାଳବୈଶାଖୀ
by Argus News
Mon, Apr 29 | 6:07 p.m.

ରାୟଗଡା:  କାଳବୈଶାଖୀ ତାଣ୍ଡବରେ ବ୍ୟାପକ କ୍ଷତି । ୪୫ ନମ୍ବର ରାଜ୍ୟ ରାଜପଥରେ ଗଛ ପଡି ରାସ୍ତା ଅବରୋଧ । ଅଗ୍ନିଶମ କର୍ମଚାରୀ ପହଞ୍ଚି ରାସ୍ତା ସଫା କରୁଥିବା ଦେଖିବାକୁ ମିଳିଛି । ଆଜି ପ୍ରାୟ ୩ ଟା ବେଳେ ପବନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଥିଲା । ଏହାର ପ୍ରଭାବରେ ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ବ୍ୟାପକ କ୍ଷତି ଘଟିଛି ।  ଶିକାର ପାଇ ମୂଖ୍ୟ ସଡ଼କରେ ଗଛ ପଡି ରାସ୍ତା ଅବରୋଧ ହେବା ସହ ଅନେକ ଘର ଛାତ ଉଡ଼ାଇ ଦେଇଛି । 

ସେହିପରି ବୁଡ଼ାଗୁଡ଼ା ପଞ୍ଚାୟତ ଦେଉଲବାଡ଼ି ଠାରେ ମଧ୍ୟ ବିରାଟ ଗଛ ଭାଙ୍ଗି ଘର ଉପରେ ପଡିଛି । ଫଳରେ ଘରେ ରହୁଥିବା ଲୋକେ ଅଳ୍ପକେ ମୃତ୍ୟୁ ମୁଖରୁ ବର୍ତ୍ତିଛନ୍ତି । କଲ୍ୟାଣସିଂହପୁର ଠାରୁ ରାୟଗଡ଼ା ଯିବା ୪୫ ନମ୍ବର ରାଜ୍ୟ ରାଜପଥ ସିକରପାଇ ଠାରେ ଗଛପଡି ରାସ୍ତା ଅବରୋଧ ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ରାସ୍ତା ସଫା କରୁଛନ୍ତି । 

ଆହୁରି ପଢନ୍ତୁ ଓଡିଶା ଖବର...

PM
2m ago
ଶେଷ ହେଲା ପୁରୀ ରୋଡ଼ ସୋ', ଏବେ ଅନୁଗୁଳରେ କରିବେ ସାଧାରଣ ସଭା
ଅର୍ଗସ ବ୍ୟୁରୋ : ସରିଲା ମୋଦିଙ୍କ ବିଶାଳ ରୋଡ଼ ସୋ' । ମରିଚକୋଟରୁ ଆରମ୍ଭ ହୋଇଥିବା ଏହି ରୋଡ଼ ସୋ' ମେଡିକାଲ ଛକରେ ଶେଷ ହୋଇଛି । ଏହି ରୋଡ଼ ସୋ ରେ ସମଗ୍ର ବଡ଼ଦାଣ୍ଡ ପାଲଟିଥିଲ
DHARMENDRA PRADHAN
16m ago
ବମପରଡ଼ା ସାଧାରଣ ସଭାରେ ଯୋଗ ଦେବେ ଧର୍ମେନ୍ଦ୍ର ପ୍ରଧାନ
ଅର୍ଗସ ବ୍ୟୁରୋ: ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦେବଗଡ଼ ଜିଲ୍ଲା ଗସ୍ତ । ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକ ବମପରଡ଼ାଠାରେ ସାଧାରଣ ସଭାରେ ଯୋଗ ଦେବେ।ଲୋକସଭ
IRAN PRESIDENT
40m ago
ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ
ଅର୍ଗସ ବ୍ୟୁରୋ: ପରଲୋକରେ ଇରାନ ରାଷ୍ଟ୍ରପତି । ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ମୃତ୍ୟୁ ହୋଇଥିବା ସୂଚନା। ତାଙ୍କ ସହ ବୈଦେଶିକ ମନ୍ତ୍ରୀ ମଧ୍