ସ୍ଥିର ହେଲା ତିଥି, ଏହି ଦିନ ଖୋଲିବ ଗଙ୍ଗୋତ୍ରୀ, ଯମୁନୋତ୍ରୀ, କେଦାରନାଥ ଏବଂ ବଦ୍ରିନାଥ ଧାମର କବାଟ
by Argus News
Thu, May 09 | 7:58 a.m.

ଅର୍ଗସ ବ୍ୟୁରୋ : ଚାରି ଧାମ ଯାତ୍ରା ପାଇଁ ଆସିଲା ବଡ଼ ଖବର । ତ୍ତରାଖଣ୍ଡର ଅର୍ଥାତ୍ ଗଙ୍ଗୋତ୍ରୀ, ଯମୁନୋତ୍ରୀ, କେଦାରନାଥ ଏବଂ ବଦ୍ରିନାଥ ଧାମର ଯାତ୍ରାର ଦ୍ୱାର ଖୋଲିବାର ତାରିଖ ଘୋଷଣା କରାଯାଇଛି । ଆସନ୍ତା ମେ ୧୦ ତାରିଖରୁ ତୀର୍ଥ ଯାତ୍ରା ଆରମ୍ଭ ହେଉଥିବାବେଳେ ଆଜିଠାରୁ ଶ୍ରଦ୍ଧାଳୁ ଅଫଲାଇନ ଓ ଅନଲାଇନ ପଞ୍ଜିକରଣ କରିପାରିବେ । ବଦ୍ରିନାଥ, କେଦାରନାଥ, ଗଙ୍ଗୋତ୍ରୀ ଓ ଜମୁନୋତ୍ରୀ ତୀର୍ଥ ଯାତ୍ରା ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିବାବେଳେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁସମସ୍ତ ବ୍ୟବସ୍ଥା କରାଯାଇଛି । 

ଅଧିକ ପଢନ୍ତୁ : ୧୨ରେ ଖୋଲିବ ବଦ୍ରିନାଥ ଧାମ ଦ୍ୱାର

ଶ୍ରଦ୍ଧାଳୁଙ୍କ ସୁରକ୍ଷା ସହ ପାଣିପାଗକୁ ଦୃଷ୍ଟିରେ ରଖି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ । ଯାତ୍ରା ସମୟରେ ଶ୍ରଦ୍ଧାଳୁଙ୍କ ଯେପରି କୌଣସି ସମସ୍ୟା ନହୁଏ ସେଥିପାଇଁ ଡେରାଡୁନ ଓ ହରିଦ୍ବାରରେ ସିଙ୍ଗଲ ୱିଣ୍ଡୋ ସଲ୍ୟୁସନ୍ସ କେନ୍ଦ୍ର ସ୍ଥାପନ ହୋଇଛି । କେଦାରନାଥ, ଗଙ୍ଗୋତ୍ରୀ ଓ ଯମୁନୋତ୍ତରୀ ୧୦ ତାରିଖରୁ ଖୋଲୁଥିବାବେଳେ ଆସନ୍ତା ୧୨ ତାରିଖରେ ଖୋଲିବ ବଦ୍ରିନାଥ କବାଟ ।  
 

ପଞ୍ଚମ ପର୍ଯ୍ୟାୟ
8m ago
ପଞ୍ଚମ ପର୍ଯ୍ୟାୟ ନିର୍ବାଚନରେ ମତଦାନ କଲେ ବଲିଉଡ ସେଲିବ୍ରିଟି
ଅର୍ଗସ ବ୍ୟୁରୋ: ଆଜି ସକାଳୁ ପଞ୍ଚମ ପର୍ଯ୍ୟାନ ନିର୍ବାଚନ ଆରମ୍ଭ ହୋଇ ଯାଇଥିବା ବେଳେ ଭୋଟ୍‌ ଦେଉଛି ଦେଶ। ସାଧାରଣ ଜନତାଙ୍କଠାରୁ ନେଇ ବିଭିନ୍ନ ସେଲିବ୍ରିଟି ନିଜର ମତଦାନ କରିବାକ
କାର
18m ago
ଖରାରେ ଛିଡା ହୋଇଥିବା କାରରେ ଭୁଲରେ ବି ରଖନ୍ତୁ ନାହିଁ ଏହି ୫ଟି ଜିନିଷ
ନୂଆଦିଲ୍ଲୀ: ହୋଇପାରେ ବିସ୍ଫୋରଣ। ଖରାରେ ଛିଡା ହୋଇଥିବା କାରରେ ଯଦି ଏହି ୫ ଟି ଜିନିଷ ରଖୁଛନ୍ତି ତେବେ ଆପଣଙ୍କ କାରରେ ବିସ୍ଫୋରଣ ଘଟିପାରେ। ଏହି ୫ଟି ଜିନିଷକୁ କେବେବ
ଏମ୍ସରୁ ସୁସ୍ଥ ହୋଇ
33m ago
ଏମ୍ସରୁ ସୁସ୍ଥ ହୋଇ ଘରକୁ ଫେରିଲେ ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ
ଅର୍ଗସ ବ୍ୟୁରୋ: ଏମ୍ସରୁ ସୁସ୍ଥ ହୋଇ ଘରକୁ ଫେରିବା ପରେ ବିଜେପି ନେତା ତଥା ବ୍ରହ୍ଣପୁର ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କ ବିସ୍ଫୋରକ ବୟାନ। ମୋତେ ଆକ୍ରମଣ ବିଜେଡିର ଏ