ମେଷ-
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ମନା କରିବେ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହେବେ । ଆର୍ଥିକ ଅନଟନ ହେତୁ ଆଶା ପୂରଣ ହୋଇପାରିବ ନାହିଁ । ପରିବହନ କ୍ଷେତ୍ରରେ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ, ସଭାସମିତିରେ ସମସ୍ୟା ସମାଧାନ ହେବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ପାରିବାରିକ ସ୍ଥିତି ପୂର୍ବ ପରି ରହିବା ହେତୁ ଖୁସି ରହିବେ। ମନ ଭଲ ରହିବ ଏବଂ ବହୁ ଦିନରୁ ଅଟକି ରହିଥିବା କାମ ସୁବିଧାରେ ହୋଇଯିବ । ରାଜନୈତିକ କ୍ଷେତ୍ରରେ ସୁନାମ ଅର୍ଜନ କରିପାରବେ । କର୍ମକ୍ଷେତ୍ରରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ଉଦ୍ରେକ ହୋଇପାରେ । ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ୟ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଅନ୍ୟମନସ୍କ ହେତୁକ କର୍ମ କ୍ଷେତ୍ରରେ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବେ । ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-
ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି । ଚେଷ୍ଟା କରୁଥିବା କାମଟି ହାସଲ କରିବା ସକାଶେ କଠିନ ଶ୍ରମ କରିବାକୁ ପଡ଼ିବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ହେତୁ ଚିନ୍ତା ବୃଦ୍ଧି ପାଇପାରେ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ସିଂହ-
ପରିବାର ମଧ୍ୟରେ ଛୋଟକଥାକୁ ଧରି ବସିଲେ ଅଶାନ୍ତି କମିବା ବଦଳରେ ବଢ଼ିଯିବ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ନତବା ହରାଇପାରନ୍ତି । ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳ ପାଇବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପରିବାରରେ ସୁଖ ଶାନ୍ତି ରାଜୁତିକରିବ। ବାଣିଜ୍ୟ, ପରିବହନ, ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ । ସଭାସମିତିରେ ଅପ୍ରିୟ ସତ କହି ସମାଲୋଚିତ ହୋଇପାରନ୍ତି । ଅଜଣା ଲୋକଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ମିଠା ଖାଇ ଘରୁ ବାହରନ୍ତୁ
ତୁଳା-
ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ବନ୍ଧୁ ମିଳନରୁ ଆନନ୍ଦିତ ହେବେ । ବ୍ୟବସାୟ, ପରିବହନ, ବାଣିଜ୍ୟ, କଳକାରଖାନା ଦିଗରୁ ଉପକୃତ ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ପରିବାରରେ ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ । ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ୟ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ
ଧନୁ-
ପାରିବାରିକ ଜୀବନ ଆମୋଦ ଦାୟକ ହେବ । ସ୍ୱାସ୍ଥ୍ୟ ସାଧାରଣତଃ ଉତମ ରହିବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ , ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଗୃହିଣୀଙ୍କ ଘର କାମରେ ଘର ଲୋକ ସାହାର୍ଯ୍ୟ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର-
ପରିବାରରେ ଆଲୋଚନା ଓ ସମାଲୋଚନା ଭିତରେ ଶାନ୍ତି ଫେରି ଆସିବ । କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ବ୍ୟବସାୟ, ଯୋଗାଯୋଗ, ପରିବହନ କ୍ଷେତ୍ରରେ ସଫଳତା ହାସଲ କରିବେ। ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପରିବହନ, ପ୍ରଶାସନ ଓ ପ୍ରକାଶନ,ଯୋଗାଯୋଗ କାମ ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ସମ୍ପନ୍ନ ହେବ । ସଭା ସମିତିରେ ସମ୍ମାନ ଲାଭ ଓ ପଦମର୍ୟ୍ୟାଦା ବୃଦ୍ଧି ପାଇବ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
ଅଧିକ ପଢ଼ନ୍ତୁ ଓଡିଶା ଖବର: