ମଦ ନୀତି ଦୁର୍ନୀତିରେ ଗିରଫ ହେବା ବିରୋଧରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନ ଶୁଣାଣି ବେଳେ ସୁପ୍ରିମକୋର୍ଟ ମଙ୍ଗଳବାର ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟକୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ପଚାରିଛନ୍ତି। ଏନେଇ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ବେଳେ ଇଡି ପକ୍ଷରୁ ହାଜର ହୋଇଥିବା ଏଏସଜି ଏସଭି ରାଜୁ ଯୁକ୍ତି ଉପସ୍ଥାପନ କରିଥିଲେ। ମନୀଷ ସିସୋଦିଆଙ୍କ ଜାମିନ ବାତିଲ ହେବା ପରେ ୧୧୦୦ କୋଟି ଟଙ୍କାର ସମ୍ପତ୍ତି ଜବତ କରାଯାଇଛି ବୋଲି ଏଏସଜି ରାଜୁ ସୁପ୍ରିମ୍ କୋର୍ଟଙ୍କୁ କହିଛନ୍ତି । ଏହାର ପ୍ରତିଉତ୍ତରରେ ପଚାରିଛନ୍ତି ୧୦୦କୋଟି କିପରି ୨-୩ ବର୍ଷରେ ୧୧୦୦କୋଟିରେ ପରିଣତ ହେଲା ।
ଅଧିକ ପଢ଼ନ୍ତୁ ଦେଶ ଖବର: