୨୭ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ଏହି ଷ୍ଟେସନଗୁଡ଼ିକୁ ୧୯,୦୦୦ କୋଟି ଟଙ୍କାରୁ ଅଧିକ ବ୍ୟୟରେ ପୁନଃବିକଶିତ କରାଯିବ। ଏହି ଷ୍ଟେସନଗୁଡ଼ିକ ସହରର ଉଭୟ ପାର୍ଶ୍ୱକୁ ମିଶାଇ ‘ସିଟି ସେଣ୍ଟର’ ଭାବେ କାର୍ଯ୍ୟ କରିବ। ଏଥିରେ ରୁଫ୍ ପ୍ଲାଜା, ସୁନ୍ଦର ଲ୍ୟାଣ୍ଡସ୍କେପିଂ, ଇଣ୍ଟର ମୋଡାଲ କନେକ୍ଟିଭିଟି, ଉନ୍ନତ ଆଧୁନିକ ପ୍ଲାଟଫର୍ମ, କିଡ୍ସ ପ୍ଲେ ଏରିଆ, କିଓସ୍କ, ଫୁଡ୍ କୋର୍ଟ ଆଦି ଅତ୍ୟାଧୁନିକ ଯାତ୍ରୀ ସୁବିଧା ଉପଲବ୍ଧ ହେବ। ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶର ଗୋମତୀ ନଗର ଷ୍ଟେସନକୁ ଉଦଘାଟନ କରିବେ ଯାହାକୁ ପ୍ରାୟ ୩୮୫ କୋଟି ଟଙ୍କା ବ୍ୟୟରେ ପୁନଃବିକଶିତ କରାଯାଇଛି। ସେହିପରି ପ୍ରଧାନମନ୍ତ୍ରୀ ୧୫୦୦ ରୋଡ୍ ଓଭର ବ୍ରିଜ୍ ଏବଂ ଅଣ୍ଡରପାସର ଶିଳାନ୍ୟାସ, ଉଦଘାଟନ ଉତ୍ସର୍ଗ କରିବେ।
ଅଧିକ ପଢ଼ନ୍ତୁ ଭାରତ ଖବର