ପୁରୀ: ଆଜି ହେଉଛି ପବିତ୍ର ସୁନିଆ ଉତ୍ସବ । ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି 1431 ସାଲ 67 ଅଙ୍କର ପ୍ରବେଶ । ଏହି ଅବସରରେ ଆଜି ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ । ଆଜିଠାରୁ ଗଜପତି ମହାରାଜାଙ୍କର 67 ଅଙ୍କ ଆରମ୍ଭ ହେବ । ଜାତକ ଓ ପାଞ୍ଜି ଅଙ୍କ ଗଣନାର ରହିଛି ବିଶେଷ ମହତ୍ତ୍ୱ ।
ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ । କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବାଦେବୀଙ୍କୁ ପୂଜାର୍ଚ୍ଚନା କରିବେ ଗଜପତି ମହାରାଜ । ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ । ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହେବ ।
ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତୀ ସମ୍ପାଦନ କରାଯିବ । ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବ । ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବା ଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିବେ ।
ଆହୁରି ପଢନ୍ତୁ ଓଡିଶା ଖବର...