ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଆଜି ପବିତ୍ର ଅକ୍ଷୟ ତୃତୀୟା। ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା କୁହାଯାଏ । ଆଜିର ଦିନରେ ଚାଷୀ ଅଖିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ । ତେଣୁ ଏହାକୁ କୃଷିଭିତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ ।ଓଡ଼ିଆ ପରମ୍ପରା ଅନୁସାରେ ବୈଶାଖ ମାସରେ ଏହି ପୂଜା ପଡ଼ିଥାଏ । ଆଜିର ଏହି ଦିବ୍ୟ ମୁହୂର୍ତରେ କୌଣସି କାମ କଲେ, ତାହା ନିଶ୍ଚିତ ଶୁଭଙ୍କର ବୋଲି ବିଶ୍ୱାସ ରହିଛି । ବିଶେଷକରି ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ଏହି ପର୍ବ ପ୍ରତିଟି ଓଡ଼ିଆଙ୍କ ଆସ୍ଥାର ପ୍ରତୀକ ବୋଲି କୁହାଯାଏ । ବିଧି ପରମ୍ପରା ଅନୁଯାୟୀ ଆଜି ରଥ ନିର୍ମାଣ କାର୍ଯ୍ୟର ହେବ ଶୁଭ ଅନୁକୁଳ। ଶ୍ରୀମନ୍ଦିରରୁ ତିନି ଠାକୁରଙ୍କ ତିନି ଆଜ୍ଞାମାଳ ଆସିବା ପରେ ବନଜାଗ ବିଧିରେ ହେବ ଅନୁକୂଳ କାର୍ଯ୍ୟ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼ । ଜଣେ ମହିଳା ପୋଲିସ କର୍ମଚାରୀ ଆହତ ସୂଚନା । evm ମେସିନ ନେଲାବେଳେ ମହିଳା ଓ ଭୋଟରଙ୍କୁ ପୋଲିସର ଲାଠିଚାର୍ଜ ।
ଅଧିକ ପଢନ୍ତୁ : ବିଜେପି କର୍ମୀଙ୍କୁ ଦୁର୍ବୃତ୍ତଙ୍କ ଭୁଜାଲିରେ ହତ୍ୟା
ଭୋଟ୍ ଦେବାକୁ ସୁଯୋଗ ନମିଳିବାରୁ ତାତିଲେ ଲୋକେ । ପୂର୍ବରୁ ବୌଦ୍ଧ ୫୭ ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ ସ୍ଥାନୀୟ ଲୋକେ ।
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍ନ ୮.୩୦ ମିନିଟ ସମୟରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ମେ' ୨୨ ତାରିଖ ସୁଦ୍ଧା ଏହା ପଶ୍ଚିମବଙ୍ଗଗ ଦିଗକୁ ଗତି କରି କେନ୍ଦ୍ରୀଭୂତ ହେବାର ସମ୍ଭାବନା ରହିଛି । ମେ' ୨୪ ତାରିଖରେ ଏହା ବଙ୍ଗୋପ ସାଗରର କେନ୍ଦ୍ରୀୟ ଇଲାକାରେ ଲଘୁଚାପର ରୂପ ନେଇପାରେ । ଏହାର ପ୍ରଭାବରେ ଘଣ୍ଟା ପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ।
ମେ' ୨୩ ତାରିଖ ସକାଳୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଖପାଖ ଅଞ୍ଚଳକୁ ବିସ୍ତାର କରିବ । ମେ' ୨୪ ତାରିଖ ବେଳକୁ ପବନର ବେଗ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ବହିବାର ସମ୍ଭାବନା ରହିଛି। ଏସବୁକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଏଥିରେ କୁହାଯାଇଛି କି, ଏହି ସମୟରେ ମତ୍ସଜୀବୀମାନଙ୍କୁ ସମଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଏହାସହ ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ମାଛ ଧରିବାକୁ ଯାଉଛନ୍ତି ସେମାନେ ଯଥାଶୀଘ୍ର ସ୍ଥଳଭାଗକୁ ଫେରିଆସିବାକୁ ପରାମର୍ଶ ଦେଇଛନ୍ତି।
ଅଧିକ ପଢ଼ନ୍ତୁ ପାଣିପାଗ ଖବର