ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଆଗାମୀ 4 ଦିନ ଯାଏଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ଉତ୍ତର ଆଭ୍ୟନ୍ତରୀଣ, ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଆଭ୍ୟନ୍ତରୀଣ ଓଡିଶାରେ ୪୫ କିମ୍ବା ତାଠୁ ଅଧିକ ତାପମାତ୍ରା ରେକର୍ଡ ହେବାର ସମ୍ଭାବନା ରହିଛି। ଦିନ ୧୧ ରୁ ୩ ଟା ଭିତରେ ବାହାରକୁ ବାହାରିଲେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଚି ପାଣିପାଗ ବିଭାଗ। ସେହିପରି ଆଗାମୀ ୨ ଦିନ ପାଇଁ ଦକ୍ଷିଣ ଓଡ଼ିଶା ସମେତ ଆଖପାଖ ଅଞ୍ଚଳରେ ବର୍ଷା ର ସମ୍ଭାବନା ରହିଛି। କୋରାପୁଟ , ମାଲକାନଗିରି, ଗଞ୍ଜାମ , ଗଜପତି, ଖୋର୍ଦ୍ଧା ର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ । ପଶ୍ଚିମ ଦିଗରୁ ଶୁଷ୍କ ପବନ ପ୍ରବାହିତ ହେଉଛି ଯାହା ଫଳରେ ଗରମ ବଢୁଥିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଏୟାର ଇଣ୍ଡିଆ ଏକ୍ସପ୍ରେସର ୭୮ଟି ଜାତୀୟ ତଥା ଅନ୍ତର୍ଜାତୀୟ ବିମାନର ଉଡାଣକୁ ବାତିଲ କରାଯାଇଛି। ଏନେଇ ବିମାନ ଚଳାଚଳ ସୂତ୍ରରୁ ପ୍ରକାଶ ପାଇଛି। ଏହି ବିମାନ ମଙ୍ଗଳବାର ରାତିରୁ ବୁଧବାର ସକାଳ ପର୍ଯ୍ୟନ୍ତ ବାତିଲ ହୋଇଥିବା ସୂଚନା ରହିଛି।
ଏହାର କାରଣ ହେଉଛି ଏୟାର ଇଣ୍ଡିଆର ୩୦୦ ବରିଷ୍ଠ କର୍ମଚାରୀ ସମୂହ ଛୁଟିରେ ଯାଇଛନ୍ତି। ତେବେ ଛୁଟିର କାରଣ ଅସୁସ୍ଥତା ଦର୍ଶାଯାଇଛି। ଯେଉଁଥିପାଇଁ ଏୟାର ଇଣ୍ଡିଆ କମ୍ପାନୀକୁ ଏଭଳି ବଡ଼ ପଦକ୍ଷେପ ନେବାକୁ ପଡ଼ିଛି। ସବୁଠୁ ଆଶ୍ଚର୍ଯ୍ୟକର କଥା ହେଉଛି କୌଣସି ନୋଟିସ ନ ଦେଇ ସାମୂହିକ ଛୁଟି ନେଇଛନ୍ତି।
ଏହି ଘଟଣାଗୁଡ଼ିକର କାରଣ ବୁଝିବା ପାଇଁ ଆମେ କ୍ରୁଙ୍କ ସହ ଯୋଡ଼ି ହୋଇ ରହିଛୁ। ଆମର ଟିମ୍ ଏହି ସମସ୍ୟାକୁ ସମାଧାନ କରିବାରେ ଲାଗିପଡ଼ିଛନ୍ତି। ଯାହା ଫଳରେ ଆମେ ଯାତ୍ରୀମାନଙ୍କ ସମସ୍ୟାକୁ କମ୍ କରିପାରିବୁ।’ ଏହି ଅପ୍ରତ୍ୟାଶିତ ବ୍ୟାଘାତ ପାଇଁ ଆମେ ଆମର ଅତିଥିମାନଙ୍କୁ ଆନ୍ତରିକତାର ସହ କ୍ଷମା ପ୍ରାର୍ଥନା କରୁଛୁ।
ଏହାଛଡ଼ା ନିଶ୍ଚିତ କରୁଛୁ ଯେ ଏହି ସେବା ଖୁବ୍ ଶୀଘ୍ର ପ୍ରଦାନ କରାଯିବ ବୋଲି ବିବୃତ୍ତିରେ କୁହାଯାଇଛି।
ଏୟାର ଇଣ୍ଡିଆ ମୁଖପାତ୍ର କହିଛନ୍ତି ଯେ, ଏକ୍ସପ୍ରେସରେ ଉଡ଼ାଣ ଭରିବାକୁ ଥିବା ଯାତ୍ରୀମାନଙ୍କୁ ବିମାନ ବନ୍ଦରକୁ ଯିବା ପୂର୍ବରୁ ସେମାନେ ପ୍ରଭାବିତ ହୋଇଛନ୍ତି କି ନାହିଁ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଅଧିକ ପଢ଼ନ୍ତୁ ଭାରତ ଖବର
ଅର୍ଗସ ବ୍ୟୁରୋ: ଶୁକ୍ରବାର ହେଉଛି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନ ଯାତ୍ରା ଓ ଅକ୍ଷୟ ତୃତୀୟା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଥିବା ବେଳେ ଛତିଶାନିଯୋଗ ବୈଠକ ଓ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ ମଧ୍ୟ ଶେଷ ହୋଇଛି। ତେବେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଦର୍ଜୀ ସର୍ଦ୍ଦାର ପ୍ରକାଶ ମହାପାତ୍ରଙ୍କ ତତ୍ତ୍ଵାବଧାନରେ ଠାକୁରଙ୍କ ପାଇଁ ୧୭ ଟି ଶେଯ, ୨୧ଟି ମାଣ୍ଡି, ୨ଟି ମୃଦଙ୍ଗ ମାଣ୍ଡି, ୨ଟି ପାଲିଙ୍କି ଚାଳି ସହ ଗୋଟିଏ ଲେଖାଏଁ ତରାସ, ସୁନା ବିଞ୍ଚଣା, ଖଣ୍ଡା, ଛୁରୀ ଓ ତିନୋଟି ରୂପା ଆଲଟ କାମ ଜାରି ରହିଛି।
ଏଥିସହ ଚାନ୍ଦୁଆ, ପତାକା, ଧଳା ଚାପ ମଣ୍ଡଳୀ ଓ ନାଲି ଚାପ ମଣ୍ଡଳୀ ମଧ୍ୟ ତିଆରି କରାଯିବ। ତେଵେ ସମସ୍ତ କାମ ଅକ୍ଷୟ ତୃତୀୟା ପୂର୍ବଦିନ ସମ୍ପନ୍ନ ହୋଇ ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯିବ ବୋଲି ଦର୍ଜୀ ସର୍ଦ୍ଦାର କହିଛନ୍ତି। ସେପଟେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ତିନୋଟି ରଥକାଠର ଅନୁକୂଳ ସହ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନେତୃତ୍ୱରେ ରଥ ଖଳାରେ ଚାଳି ନିର୍ମାଣ କାର୍ଯ୍ୟ ମଧ୍ୟ ଶେଷ ହୋଇଛି।
ଅନ୍ୟପଟେ ପବିତ୍ର ଅକ୍ଷୟ ତୃତୀୟା ଦିନ ରଥକାଠ ପୂଜାର୍ଚ୍ଚନା ହୋଇ ରଥନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇବା ପରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ପୂଜାର୍ଚ୍ଚନା କରାଯାଇ ରଥନିର୍ମାଣ ଆରମ୍ଭ ହେଵ। ଅନ୍ୟପଟେ ନରେନ୍ଦ୍ର ସରୋବରରେ ମହାପ୍ରଭୁଙ୍କ ଜଳକ୍ରୀଡା ପାଇଁ ନରେନ୍ଦ୍ର ପୁଷ୍କରିଣୀ ସଜେଇ ହେଉଥିବା ବେଳେ ଚାପଡଙ୍ଗା ଗୁଡିକର ମରାମତି କାର୍ଯ୍ୟ ଓ ପଟା ବାଡିଆ କାର୍ଯ୍ୟ ଆରମ୍ଭ ହୋଇଛି। ଆସନ୍ତା ଶୁକ୍ରବାର ମହାପ୍ରଭୁଙ୍କ ଚଳନ୍ତିପ୍ରତିମା ରାମକୃଷ୍ଣ, ମଦନମୋହନ, ଶ୍ରୀଦେବୀ, ଭୂଦେବୀଙ୍କ ସମେତ ପଞ୍ଚୁପାଣ୍ଡବ ନରେନ୍ଦ୍ର ପୁଷ୍କରିଣୀରେ 21 ଦିନ ବ୍ୟାପି ନୌକାବିହାର ବା ଜଳକ୍ରୀଡା କରିବେ। ଯାହାକୁ ବାହାର ଚନ୍ଦନଯାତ୍ରା କହିଥାନ୍ତି।
ସେଥିପାଇଁ ଗତ ଚୈତ୍ର ପୂର୍ଣ୍ଣିମା ଦିନ ନନ୍ଦା, ଭଦ୍ରା ଚାପକୁ ପାଣିର କଢାଯାଇ ରଖାଯିବା ପରେ ଆଜିଠାରୁ ଚାପଡଙ୍ଗାର ନିର୍ମାଣ ଓ ମରାମତି କାର୍ଯ୍ୟ ଆରମ୍ଭ ହୋଇଛି। ମହାରଣା ଓ ଭୋଇ ସେବକଙ୍କ ଦ୍ବାରା ନିର୍ମାଣ ଓ ମରାମତି କାର୍ଯ୍ୟ ଜାରି ରହିଛି। ପ୍ରାଥମିକ ପର୍ଯ୍ୟାୟରେ ନନ୍ଦା ଓ ଭଦ୍ରା ଚାପରେ ପଟା ବାଡିଆ ଚାଲିଥିବା ବେଳେ ଆଗକୁ ପର୍ଯ୍ୟାୟକ୍ରମେ ସମସ୍ତ କାମ ଜାରି ରହିବ। ଅନ୍ୟପଟେ ମହାପ୍ରଭୁଙ୍କ ଆଗମନକୁ ନେଇ ନରେନ୍ଦ୍ର ପୁଷ୍କରିଣୀକୁ ମଧ୍ୟ ସୁସଜ୍ଜିତ କରାଯାଉ ଥିବା ବେଳେ ଚିତ୍ରକର ସେବକଙ୍କ ଦ୍ୱାରା ରଙ୍ଗ କାମ ଜାରି ରହିଛି।
ପବିତ୍ର ଅକ୍ଷୟ ତୃତୀୟା ଓ ଚନ୍ଦନଯାତ୍ରା ପାଇଁ ଛତିଶାନିଯୋଗ ବୈଠକରେ ସମସ୍ତ ନୀତିନିର୍ଘଣ୍ଟ ଚୂଡାନ୍ତ ହୋଇଛି। ନୀତିନିର୍ଘଣ୍ଟ ଅନୁଯାୟୀ ରାତି 3ଟାରୁ ସିଂହଦ୍ଵାର ଫିଟାଯାଇ ଅନ୍ୟାନ୍ୟ ନୀତି ବଢିବା ପରେ ଅକ୍ଷୟ ତୃତୀୟା ଦିନ ଅପରାହ୍ନ ୩ଟାରେ ଦ୍ଵାଦଶ ଯାତ୍ରା ଓ ନକ୍ଷତ୍ର ବନ୍ଦାପନା, ଅପରାହ୍ନ ୩ଟା ୩୦ ରେ ବିମାନକୁ ଦିଅଁ ବିଜେ, ଅପରାହ୍ନ ୪ଟାରେ ରଥ ଆଜ୍ଞାମାଳ ବିଜେ ଓ ବିମାନ ଉଠିବ। ରାତି ୧୦ଟା ରେ ଚନ୍ଦନ ଠାକୁର ବାହୁଡ଼ା ବିଜେ କରିବା ନେଇ ନୀତି ନିର୍ଘଣ୍ଟ ଚୁଡାନ୍ତ ହୋଇଛି।
ଅଧିକ ପଢ଼ନ୍ତୁ ଧର୍ମ ଓ ସଂସ୍କୃତି ଖବର
ଅର୍ଗସ ବ୍ୟୁରୋ : ପୂର୍ବତନ ପ୍ରଧାନମନ୍ତ୍ରୀ ନରସିଂହ ରାଓଙ୍କ ପରିବାର ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟି ଭରତ ରତ୍ନ ପାଇଁ କୃତଜ୍ଞତା ଜଣାଇଛନ୍ତି ।
ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି.ଙ୍କ ପରିବାର ସମସ୍ତ ସଦସ୍ୟ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଥିଲେ। ସେମାନଙ୍କ ମଧ୍ୟରେ ଅନେକ ସମୟ ପର୍ଯ୍ୟନ୍ତ କଥାଵାର୍ତ୍ତା । ପରେ ପ୍ରଧାନମନ୍ତ୍ରୀ ମୋଦୀ ଏକ୍ସରେ କହିଛନ୍ତି ଯେ ଆମର ବାର୍ତ୍ତାଳାପ ବହୁତ ହୋଇଥିଲା ଏବଂ ଆମେ ଅନେକ ବିଷୟ ଉପରେ ଆଲୋଚନା କରିଥିଲୁ।
ମଙ୍ଗଳବାର ହାଇଦ୍ରାବାଦରେ ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି ନରସିଂହ ରାଓଙ୍କ ପରିବାର ସମସ୍ତ ସଦସ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟି ଭରତ ରତ୍ନଙ୍କ ସହ ସ୍ୱର୍ଗତ ନେତାଙ୍କୁ ସମ୍ମାନିତ କରିଥିବାରୁ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ମହାରାଷ୍ଟ୍ରରୁ ଏଠାରେ ପହଞ୍ଚିବା ପରେ ନରସିଂହ ରାଓଙ୍କ ପୁଅ, ଝିଅ ଏବଂ ନାତିମାନେ ରାଜ ଭବନରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଥିଲେ।
ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପୁଅ ପି.ଭି ପ୍ରଭାକର ରାଓ, ଝିଅ ଏବଂ ଭାରତ ରାଷ୍ଟ୍ର ସମିତି (ବିଆରଏସ) ବିଧାନ ପରିଷଦ ସଦସ୍ୟ ଭାନି ଦେବୀ, ତାଙ୍କ ପୁତୁରା କେ.ଆର ନନ୍ଦନ, ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ତଥା ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଏନ.ଭି ସୁଭାଷ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିବାକୁ ଆସିଥିଲେ। ସୁଭାଷ ମଧ୍ୟ ଜଣେ ବିଜେପି ନେତା।
ପ୍ରଧାନମନ୍ତ୍ରୀ ମୋଦୀ ନରସିଂହ ରାଓଙ୍କ ପରିବାର ସହ ତାଙ୍କର ଅନୁଭୂତି ବାଣ୍ଟିଛନ୍ତି ଏବଂ ଶ୍ରୀ ନରସିଂହ ରାଓ ଗାରୁଙ୍କୁ ଭାରତ ରତ୍ନ ପ୍ରଦାନ କରିଥିବାରୁ ସେ ଭାରତ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ଅଧିକ ପଢନ୍ତୁ ଓଡ଼ିଶା ଖବର