ଆବଶ୍ୟକ ହେଲେ ତାଙ୍କୁ କଟକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନନ୍ତରିତ କରିବାକୁ ପରାମର୍ଶ ଦେଇଛନ୍ତି ଡାକ୍ତର । କଣ୍ଢେଇ ନୃତ୍ୟକୁ ନିଜର ଅକ୍ଲାନ୍ତ ପରିଶ୍ରମ ଦ୍ଵାରା ବିଶ୍ଵ ଦରବାରରେ ପରିଚିତ କରିଥିବାରୁ ତାଙ୍କୁ ଭାରତ ସରକାର ଗତବର୍ଷ ପଦ୍ମଶ୍ରୀରେ ସମ୍ମାନିତ କରିଥିଲେ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର । ବିଶିଷ୍ଠ କାଠ କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଗୁରୁତର । କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ସେ ଚିକିତ୍ସିତ ହେଉଛନ୍ତି । କିଛିଦିନ ହେଲା ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡି଼ତ ହୋଇଥିଲେ । ଗତକାଲି ରାତିରେ ହଠାତ ଅସୁସ୍ଥ ହୋଇପଡିଥିଲେ । ପରିବାର ଲୋକେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।
ଆବଶ୍ୟକ ହେଲେ ତାଙ୍କୁ କଟକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନନ୍ତରିତ କରିବାକୁ ପରାମର୍ଶ ଦେଇଛନ୍ତି ଡାକ୍ତର । କଣ୍ଢେଇ ନୃତ୍ୟକୁ ନିଜର ଅକ୍ଲାନ୍ତ ପରିଶ୍ରମ ଦ୍ଵାରା ବିଶ୍ଵ ଦରବାରରେ ପରିଚିତ କରିଥିବାରୁ ତାଙ୍କୁ ଭାରତ ସରକାର ଗତବର୍ଷ ପଦ୍ମଶ୍ରୀରେ ସମ୍ମାନିତ କରିଥିଲେ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ସୁବର୍ଣ୍ଣପୁର: ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ । ବୀରମହାରାଜପୁର ଥାନା କମଲପୁର ଗାଁରେ ଘଟିଛି ଅଘଟଣ । ସୂଚନା ଅନୁସାରେ କମଲପୁର ଗାଁ ର ରତ୍ନାକର ବେରିହା ଛେଳି ଚରାଇବାକୁ ଯାଇଥିଲେ । ତେବେ ପ୍ରବଳ ଖରା ଯୋଗୁଁ ସେ ଅଂଶୁଘାତର ଶିକାର ହୋଇ ପଡ଼ି ଯାଇଥିଲେ ।
ପରିବାର ଲୋକ ଖବର ପାଇ ତାଙ୍କୁ ଉଦ୍ଧାର କରିବା ସହିତ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ତେବେ ପୋଲିସ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଥିବା ଜଣାପଡିଛି ।
ଆହୁରି ପଢନ୍ତୁ ଓଡିଶା ଖବର...
ଭୁବନେଶ୍ୱର: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ୩ ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ। 5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ଏବଂ 35 ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ ।
9162ଟି ମତଦାନ କେନ୍ଦ୍ରରେ ଭୋଟ ଦେଉଛନ୍ତି 79 ଲକ୍ଷ 69 ହଜାର ଭୋଟର । ନିର୍ବାଚନକୁ ଅବାଧ ନିରପେକ୍ଷ ଓ ସ୍ବଚ୍ଛ ଭାବେ ପରିଚାଳନା କରିବା ପାଇଁ ଜିଲ୍ଲାପାଳଙ୍କ ନେତୃତ୍ବରେ ସମସ୍ତ ବ୍ୟବସ୍ଥା କରାଯାଇଛି । ଫ୍ଲାଇଙ୍ଗ ସ୍କ୍ବାଡ ସହ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି । ପ୍ରାୟ 102 କମ୍ପାନୀ ସୁରକ୍ଷା ବାହିନୀ ନିୟୋଜିତ ହୋଇଥିବା ବେଳେ 60ଟି ବୁଥରେ ହେଉଛି ଲାଇଭ ଷ୍ଟ୍ରିମିଂ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ: ଛତିଶଗଡ କୱର୍ଦ୍ଧାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏହି ଭୀଷଣ ସଡକ ଦୁର୍ଘଟଣା ୧୮ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । କୁହାଯାଉଛି ଯେ ୨୦ ଫୁଟ ତଳକୁ ଏକ ଖାଇରେ ପିକ୍ ଅପ ଭ୍ୟାନ ଭାରସାମ୍ୟ ହରାଇ ଖସିପଡିଛି ।
ଏହି ପିକଅପ ଭ୍ୟାନରେ ୨୫ରୁ ୩୦ ଶ୍ରମିକ ଯାଉଥିଲେ । କୱର୍ଦ୍ଧା ଏସପିଙ୍କ କହିବାନୁସାରେ, ଏକ ପିକଅପ ଭ୍ୟାନ ଘାଇକୁ ପଲଟିଯିବା ଫଳରେ ୧୮ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ୮ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ପୋଲିସ ସୂଚନା ଦେଇଛି।
ଅଧିକ ପଢ଼ନ୍ତ ଭାରତ ଖବର