ଅଧିକ ପଢନ୍ତୁ : କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକରେ ପାଠ ପଢିବା ପାଇଁ ଛାତ୍ରଛାତ୍ରୀ କରିବେ ଆବେଦନ
ପ୍ରାକ୍ଟିକାଲ ଥିବା ବିଷୟଗୁଡ଼ିରେ ଛାତ୍ରୀଛାତ୍ରଙ୍କୁ ୭୦ ମାର୍କର ଥିଓରୀ ଏବଂ ୩୦ ମାର୍କର ପ୍ରାକ୍ଟିକାଲ ଦେବାକୁ ପଡ଼ିବ। ପ୍ରୋଜେକ୍ଟ ଥିବା ବିଷୟରେ ୮୦ ମାର୍କ ଥିଓରୀ ଏବଂ ୨୦ ମାର୍କର ପ୍ରୋଜେକ୍ଟ ଦେବାକୁ ପଡ଼ିବ। ତେବେ ଇଣ୍ଟିଗ୍ରେଟେଡ ଧନ୍ଦାମୂଳକ ବିଷୟରେ ୫୦ ମାର୍କର ଥିଓରୀ ଓ ୫୦ ମାର୍କର ପ୍ରାକ୍ଟିକାଲ ଏବଂ ଭୋକେସନାଲ ଟ୍ରେଡ୍ ବିଷୟରେ ୪୦ ମାର୍କର ଥିଓରୀ ଓ ୬୦ ମାର୍କର ପ୍ରକ୍ଟିକାଲ ଦେବାକୁ ପଡ଼ିବ। ତେବେ ନନ୍ପ୍ରାକ୍ଟିକାଲ ବିଷୟ ଗୁଡ଼ିକରେ ୮୦ ମାର୍କର ଥିଓରୀ ଏବଂ ୨୦ ମାର୍କର ଉଣ୍ଟରନାଲ ପରୀକ୍ଷାରୁ ଦିଆଯିବ। ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ୪୦ ମାର୍କର ଥିଓରୀ ଏବଂ ୧୦ ମାର୍କ ଇଣ୍ଟରନାଲ ପରୀକ୍ଷାରୁ ଦିଆଯିବ । ପ୍ରାକ୍ଟିକାଲ/ ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କୁ ପାସ୍ ହେବା ପାଇଁ ମୋଟ ୮୦ ମାର୍କରୁ ୨୪ ମାର୍କ ଅର୍ଥାତ୍ ୩୦% ରଖିବାକୁ ପଡ଼ିବ । ସେହିଭଳି ୨୦୨୨ ରେ ନାମଲେଖାଇଥିବା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କର କିଭଳି ମାର୍କ ଦିଆଯିବ ସେ ନେଇ ମଧ୍ୟ ଦର୍ଶାଯାଇଛି।