ବ୍ରହ୍ମପୁର ନିର୍ବାଚନୀ ସଭାରେ ବିଜେଡି ସରକାର ଉପରେ ପ୍ରବଳ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ । ଜୁନ୍ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ । ଜୁନ୍ ୧୦ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ହେବ । ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ନିମନ୍ତ୍ରଣ ଦେବାକୁ ଆସିଛି । ଓଡ଼ିଶାରେ ବିଜେଡି ଅସ୍ତ ହେଉଛି, କଂଗ୍ରେସ ଅତୀତ ହୋଇଛି ।
ଓଡ଼ିଶାରେ କେବଳ ବିଜେପି ଉଦିତ ସୂର୍ଯ୍ୟ ଭାବେ ଉଭା ହୋଇଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଡ଼ିଆ ସଂସ୍କୃତି ପ୍ରତି ସମର୍ପିତ ବିଜେପିର ମୁଖ୍ୟମନ୍ତ୍ରୀ ହେବ । ଓଡ଼ିଶାର ଯୁବକଙ୍କ ମଧ୍ୟରେ ପ୍ରତିଭାର କୌଣସି ଅଭାବ ନାହିଁ । ଥରେ ସୁଯୋଗ ଦିଅନ୍ତୁ, ୫ ବର୍ଷରେ ଓଡ଼ିଶାକୁ ନମ୍ବର ୱାନ୍ କରିବୁ । ଯେଉଁଠି ବିଜେପିକୁ ସୁଯୋଗ ମିଳିଛି, ସେଠି ବିକାଶ ଗତିଶୀଳ ହୋଇଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।