ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : ଅନ୍ଧାରରେ ଶ୍ରୀମନ୍ଦିର । ଅନ୍ଧାରରେ ଶ୍ରଦ୍ଧାଳୁ । ପ୍ରାୟ ୧୫ ମିନିଟ୍ ଲାଇନ୍ କଟିବା ଯୋଗୁଁ ଶ୍ରୀମନ୍ଦିର ଭିତରେ ଅନ୍ଧାର । ପାୱର ଟ୍ରିପ୍ ଯୋଗୁଁ ଅନ୍ଧାର ହୋଇଥିବା ସୂଚନା । ମିନି ଇନଭର୍ଟରରେ କିଛି ସମୟ ଶ୍ରୀମନ୍ଦିର ଭିତରେ ଜଳିଲା ଲାଇଟ୍ । ଅନ୍ଧାର ଯୋଗୁଁ ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : ଶ୍ରୀମନ୍ଦିର ପଞ୍ଚିଲେ ମୋଦି । ସକାଳୁ ସକାଳୁ ଭୁବନେଶ୍ବର ରାଜଭବନରୁ ବାହାରି ପୁରୀ ଅଭିମୁଖେ ବାହାରିଥିଲେ ପ୍ରଧାନମନ୍ତ୍ରୀ ମୋଦି । ପୁରୀରେ ପଞ୍ଚିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରଛନ୍ତି ମୋଦି । ମହାପ୍ରଭୁଙ୍କ ଦର୍ଶନ କରିସାରିବା ପରେ ବଡ଼ଦାଣ୍ଡରୁ ଆରମ୍ଭ କରିବେ ରୋଡ଼ ସୋ ।
ଅଧିକ ପଢନ୍ତୁ : ପୁଣି ଓଡ଼ିଶାରେ ମୋଦି ଧମାକା
ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଥିଲେ ମୋଦି । ନିର୍ଦ୍ଧାରିତ ସମୟ ପୂର୍ବରୁ ପୁରୀରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ । ତାଳବଣିଆ ହେଲିପ୍ୟାଡରୁ ସିଧାସଳଖ ଶ୍ରୀମନ୍ଦିର ଅଭିମୁଖେ ଯାଇଥିଲେ । ସେଠାରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଆରମ୍ଭ କରିବେ ବିଶାଳ ରୋଡ ସୋ । ସକାଳ ୮ଟାରେ ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ’ କାର୍ଯ୍ୟକ୍ରମ ରହିଛି ।
ଅଧିକ ପଢନ୍ତୁ : ପୁରୀରେ ମୋଦି, ମହାପ୍ରଭୁଙ୍କୁ କରିବେ ଦର୍ଶନ
ପ୍ରଧାନମନ୍ତ୍ରୀ ଶ୍ରୀମନ୍ଦିର ଛାଡ଼ିବା ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଏସ୍ପି ପିନାକ ମିଶ୍ର କହିଛନ୍ତି । ଟ୍ରାଫିକ ଓ ଆଇନଶୃଙ୍ଖଳା ଦୃଷ୍ଟିରୁ ୧୮୪ ପୁଲିସ ଅଧିକାରୀ ଓ ୬୩ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ । ରବିବାର ରାତି ୧୧ଟାରୁ ସୋମବାର ଦିନ ୧୦ଟା ପର୍ଯ୍ୟନ୍ତ ବଡ଼ଦାଣ୍ଡରେ ଗାଡ଼ି ଚଳାଚଳ ଉପରେ କଟକଣା ରହିଛି । ପରେ ଅନୁଗୁଳ ଏବଂ କଟକରେ ଜନସଭାକୁ ସମ୍ବୋଧିତ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଭିକ୍ଷା କରିବେ ପ୍ରଧାନମନ୍ତ୍ରୀ ।
ଅର୍ଗସ ବ୍ୟୁରୋ: ଜାତୀୟ ରାଜପଥ ନଂ 57 ର ମନମୁଣ୍ଡା ଥାନା ଗୁଦୁଗୁଦା ନିକଟରେ କାର୍ ସହିତ ବାଇକର ମୁହଁlମୁହିଁ ଧକ୍କା ହୋଇଛି। ଫଳରେ ଦୁଇ ବାଇକ ଆରୋହୀ ଗୁରୁତର ଆହତ ହୋଇଥିବା ଜଣାପଡିଛି l ମିଳିଥିବା ସୂଚନା ଅନୁଯାୟୀ, ବାଉଁଶୁଣୀ ଥାନା ବହିରା ଗ୍ରାମର ନବଘନ ନାଏକ ଓ କନ୍ଠା ଗ୍ରାମର ତ୍ରୟମ୍ବକ ମେହେର ଏକ ବାଇକ ଯୋଗେ ମନମୁଣ୍ଡା ପଟରୁ ଘରକୁ ଫେରୁଥିବା ବେଳେ ବିପରିତ ଦିଗରୁ ଆସୁଥିବା ଏକ କାର୍ ସହ ଗୁଦୁଗୁଦା ନିକଟରେ ମୁହଁlମୁହିଁ ଧକ୍କା ହୋଇଥିଲା |
ଉଭୟ ବାଇକ ଆରୋହୀ ଗୁରୁତର ଆହତ ହୋଇଥିଲେ ଓ ବାଉଁଶୁଣୀ ଦମକଳ ବାହିନୀ ସେମାନଙ୍କୁ ଉଦ୍ଧାର କରି ବାଉଁଶୁଣୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ | ପ୍ରାଥମିକ ଚିକିତ୍ସା ପରେ 108 ଆମ୍ବୁଲାନ୍ସ୍ ଯୋଗେ ଉଭୟ ଗୁରୁତରଙ୍କୁ ସୋନପୁର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି |
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ : ପୁଣି ଜମ୍ମୁ-କାଶ୍ମୀରରେ ଦୁଇ ଦୁଇଟି ଆତଙ୍କୀ ଆକ୍ରମଣ । ଆତଙ୍କବାଦୀ ଆକ୍ରମଣରେ ସୋପିଆନରେ ବିଜେପି ନେତାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନନ୍ତନାଗରେ ପର୍ଯ୍ୟଟକ ଦମ୍ପତ୍ତି ଗୁରୁତର ହୋଇଛନ୍ତି । ତେବେ ସୋପିଆନର ହିରାପୋରା ଇଲାକାରେ ଆତଙ୍କବାଦୀମାନେ ବିଜେପି ନେତା ତଥା ପୂର୍ବତନ ସରପଞ୍ଚ ଏଜାଜ ଅହମଦ ଶୈଖଙ୍କ ଉପରେ ଗୁଳିମାଡ କରିଥିଲେ ।
ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, କିନ୍ତୁ ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ସେହିପରି ଆତଙ୍କବାଦୀମାନେ ଜମ୍ମୁକାଶ୍ମୀରର ଅନନ୍ତନାଗରେ ଏକ ପର୍ଯ୍ୟଟକ କ୍ୟାମ୍ପ ଉପରେ ଆକ୍ରମଣ କରିଥିଲେ । ଫଳରେ ଜୟପୁରରୁ କାଶ୍ମୀର ବୁଲିବାକୁ ଆସିଥିବା ଟୁରିଷ୍ଟ ଦମ୍ପତ୍ତି ଗୁରୁତର ଆହତ ହୋଇଥିଲେ । ସେମାନଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଛି । ଅନ୍ୟପଟେ ଘଟଣାକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି ବିଜେପି । ରାସ୍ତାରେ ଟାୟାର ଜାଳି ପ୍ରତିବାଦ କରିଛି ଦଳ ।
ଅଧିକ ପଢନ୍ତୁ ଭାରତ ଖବର
ଗତ କାଲି ସକାଳୁ କାଶ୍ମୀର ପୋଲିସ ଓ କେନ୍ଦ୍ରୀୟ ଫୋର୍ସର ଯବାନ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ପୁରା ଏରିଆକୁ କର୍ଡନ କରି ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି । ଆଜି କାଶ୍ମୀର ବାରମୁଲ୍ଲା ସଂସଦୀୟ ଆସନରେ ମତଦାନ ହେବାକୁ ଯାଉଛି । କଡା ସୁରକ୍ଷା ମଧ୍ୟରେ ଭୋଟିଂ ଶେଷ କରିବାକୁ ସମସ୍ତ ପ୍ରସ୍ତୁତି କରାଯାଇଛି । ତଥାପି ମତଦାନର ମାତ୍ର ଗୋଟିଏ ଦିନ ପୂର୍ବରୁ ଦୁଇଟି ସ୍ଥାନରେ ଆତଙ୍କବାଦୀ ଆକ୍ରମଣ ଘଟଣା ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି ।