ଅଧିକ ପଢନ୍ତୁ : ଶ୍ରୀମନ୍ଦିର ଭିତରକାଠ ନିକଟରେ ପଡିଲା ରକ୍ତଛିଟା, ମହାପ୍ରଭୁଙ୍କର ହେଲା ବଡ ମହାସ୍ନାନ
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ବା ଗୁପ୍ତ ନୀତି ହୋଇଥିବାରୁ ଏବଂ ଅନବସର ପିଣ୍ଡିରେ କିଛି କାର୍ଯ୍ୟ ଥିବାରୁ ଆଜି ଆପାତତଃ ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ୬ ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏ ଦୁଇଟି ନୀତି ସମାପନ ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ନା ମହାପ୍ରଭୁଙ୍କ ପହୁଡ ନୀତି ହେବ ସେନେଇ କିଛି ସ୍ପଷ୍ଟ ସୂଚନା ଏପର୍ଯ୍ୟନ୍ତ ମିଳିପାରିନାହିଁ।