ମେଷ-
ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ । କୌଣସି ବଡ଼ ନିଷ୍ପତ୍ତି ନେବାରୁ ଦୂରେଇ ରହିବା ଉଚିତ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି। ନିଜ ଗୃହ ସମସ୍ୟାକୁ ସଜାଡିବାକୁ ଯାଇ ବହୁତ ହଇରାଣ ହେବାକୁ ପଡିପାରେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ବୃଷ-
ବାରମ୍ବାର ଚେଷ୍ଟା କରିବା କାରଣରୁ କିଛି ଅର୍ଥ ସାହାଯ୍ୟ ପାଇବେ । କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ । ଦାମ୍ପତ୍ୟ ଜୀବନରେ ନୂଆ ଖୁସିର ଆଗମନ ହେବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଛାତ୍ରିଙ୍କୁ ସହପାଠୀଙ୍କ ସହଯୋଗ ମିଳିବ । ଆର୍ଥିକ ସି୍ଥତି ସୁଦୃଢ ହେବା ଯୋଗୁ ପରିବାରରେ ଶାନ୍ତି ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କର୍କଟ-
ବ୍ୟବସାୟିକ ଦିଗଟି ଭଲ ରହିଲେ ମଧ୍ୟ ପାରିବାରିକ ସ୍ଥିତି ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ । ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାରାଦି କ୍ରୟ କରିପାରନ୍ତି । ଜମିଜମା, ଯାନବାହନ, ଲେଖାପଢ଼ା କ୍ଷେତ୍ରରୁ ଉପକୃତ ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ
ସିଂହ-
ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ । ବିଦ୍ୟାର୍ଥୀଙ୍କ ମନ ଲେଖାପଢାରେ ଲାଗିବ । ଆପଣ ସକାରତ୍ମକ ରହିବେ । ରାଜନେତା ନୂଆ କାର୍ୟ୍ୟ ଭାର ଗ୍ରହଣ କରିବେ । ଗୃହିଣୀଙ୍କ ଠାରୁ ସହଯୋଗ ମିଳିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ । ସମ୍ମାନିତ ଲୋକଙ୍କ ସହ ମିଶିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -ସକାଳୁ କିଛି ଖାଦ୍ୟ ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ
ତୁଳା-
ଜୀବନ ସାଥୀଙ୍କ ସହିତ ସମୟ ବିତାଇବେ । ଅଫିସ୍ରେ ଆପଣଙ୍କ ପରାମର୍ଶକୁ ସମ୍ମାନ କରିବେ । କୈାଣସି କାମକୁ ମୂଳରୁ ଆରମ୍ଭ କରିବେ । ଆର୍ଥିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଛାତ୍ର ଛାତ୍ରୀ ମାନେ ଗଠନ ମୂଳକ କାର୍ୟ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ବିଛା-
ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଛାତ୍ରଛାତ୍ରିଙ୍କର ପାଠ ପଢାରେ ମନ ଲାଗିବ । ରାଜନୈତିକ ସମର୍ଥନ ପାଇବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି । ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଶ୍ରୀ ହନୁମାନ ଚଳିସା ପାଠ କରନ୍ତୁ
ଧନୁ-
ଜଣେ ଅପରଚିତ ବ୍ୟକ୍ତିଙ୍କର ସାହାର୍ୟ୍ୟ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାମଟିକୁ ସମ୍ପୂର୍ଣ୍ଣ କରିପାରନ୍ତି । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ତିର୍ଥଯାତ୍ରାରେ ଦେବ ଦର୍ଶନ କରିପାରନ୍ତି । ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ
କୁମ୍ଭ-
ଘରକୁ ସଜାଇବାରେ ସମୟ କଟାଇବେ । ବନ୍ଧୁଙ୍କ ସହିତ ମିଶି କିଛି ନୂତନ ଯୋଜନ। କରି ପାରନ୍ତି । ନୂତନ ସ୍ଥାନ ପରିଭ୍ରମଣ କରି ପାରନ୍ତି । ବିଦ୍ୟାର୍ଥୀ ମାନଙ୍କ ପାଇଁ ଶୁଭ ଦାୟକ ରହିବ । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କରିଲେ ଅପେକ୍ଷାକୃତ ସଫଳତା ପାଇ ପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ-
ସହମର୍କୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ । ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ