ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଆଦର୍ଶ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଂଘନ । ସାଲେପୁରର ବିଜେଡି ବିଧାୟକ ପ୍ରାର୍ଥୀଙ୍କ ମିଶ୍ରଣ ପର୍ବରେ ସରକାରୀ କର୍ମଚାରୀ ଯୋଗ ଦେଇଥିବା ଅଭିଯୋଗ ହୋଇଛି । ସାଲେପୁର ହୋଇଥିବା ବିଜେଡିର ମିଶ୍ରଣ ପର୍ବରେ ରାଟୀଲୋ କଲେଜର କ୍ଳର୍କ ପର୍ଶୁରାମ ଶତପଥୀ, ପିଅନ ରଶ୍ମିରଞ୍ଜନ ପଣ୍ଡା ଉପସ୍ଥିତ ଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ବିଜେପି, କଂଗ୍ରେସ ଉଭୟେ ଦୁଇ ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ କମିଶନଙ୍କ ଦ୍ୱାରସ୍ଥ ହେବେ ବୋଲି ଚେତାବନୀ ଦେଇଛନ୍ତି। ଅଲଗା କାମ ପାଇଁ ସେଠାକୁ ଯାଇଥିବା ରାଟିଲୋ କଲେଜର କ୍ଳର୍କ ପର୍ଶୁରାମ ଶତପଥୀ କହିଛନ୍ତି ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଭୁବନେଶ୍ୱର: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ୩ ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ। 5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ଏବଂ 35 ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ ।
9162ଟି ମତଦାନ କେନ୍ଦ୍ରରେ ଭୋଟ ଦେଉଛନ୍ତି 79 ଲକ୍ଷ 69 ହଜାର ଭୋଟର । ନିର୍ବାଚନକୁ ଅବାଧ ନିରପେକ୍ଷ ଓ ସ୍ବଚ୍ଛ ଭାବେ ପରିଚାଳନା କରିବା ପାଇଁ ଜିଲ୍ଲାପାଳଙ୍କ ନେତୃତ୍ବରେ ସମସ୍ତ ବ୍ୟବସ୍ଥା କରାଯାଇଛି । ଫ୍ଲାଇଙ୍ଗ ସ୍କ୍ବାଡ ସହ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି । ପ୍ରାୟ 102 କମ୍ପାନୀ ସୁରକ୍ଷା ବାହିନୀ ନିୟୋଜିତ ହୋଇଥିବା ବେଳେ 60ଟି ବୁଥରେ ହେଉଛି ଲାଇଭ ଷ୍ଟ୍ରିମିଂ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ: ଛତିଶଗଡ କୱର୍ଦ୍ଧାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏହି ଭୀଷଣ ସଡକ ଦୁର୍ଘଟଣା ୧୮ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । କୁହାଯାଉଛି ଯେ ୨୦ ଫୁଟ ତଳକୁ ଏକ ଖାଇରେ ପିକ୍ ଅପ ଭ୍ୟାନ ଭାରସାମ୍ୟ ହରାଇ ଖସିପଡିଛି ।
ଏହି ପିକଅପ ଭ୍ୟାନରେ ୨୫ରୁ ୩୦ ଶ୍ରମିକ ଯାଉଥିଲେ । କୱର୍ଦ୍ଧା ଏସପିଙ୍କ କହିବାନୁସାରେ, ଏକ ପିକଅପ ଭ୍ୟାନ ଘାଇକୁ ପଲଟିଯିବା ଫଳରେ ୧୮ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ୮ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ମୃତକଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ପୋଲିସ ସୂଚନା ଦେଇଛି।
ଅଧିକ ପଢ଼ନ୍ତ ଭାରତ ଖବର
ଅର୍ଗସ ବ୍ୟୁରୋ: ରାଜ୍ୟବାସୀ ଗରମରେ ସନ୍ତୁଳି ହେଉଥିବାବେଳେ ପାଣିପାଗ ବିଭାଗ ଜାରି କରିଛି ଆଶ୍ବସ୍ତିକର ଖବର। ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ । ୨୨, ୨୩ ଓ ୨୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୨୩ ଓ ୨୪ ତାରିଖରେ କାଳବୈଶାଖୀ ପ୍ରଭାବରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି ।
କିଛି ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ମଧ୍ୟ ପବନ ବହିପାରେ । ସେହିପରି ୨୨ ତରିଖରେ ଏକ ଲଘୁଚାପ ସୃଷ୍ଟି ହେବା ନେଇ ମଧ୍ୟ ଆକଳନ କରିଛି ପାଣିପାଗ କେନ୍ଦ୍ର । ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ସହ ୨୪ ତାରିଖରେ ଅବପାତର ରୂପ ନେଇପାରେ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି।
ଅଧିକ ପଢ଼ନ୍ତୁ ପାଣିପାଗ ଖବର