ନିଜ ଦୋଷ ଦୁର୍ବଳତା ଓ ଅପାରଗତାକୁ ଲୁଚେଇବା ପାଇଁ କେନ୍ଦ୍ର ସରକାର ଉପରେ ଦୋଷ ଲଦି ପଳାୟନପନ୍ଥୀ ସାଜିଛନ୍ତି ବିଜେଡି ନେତା । କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥ ପାଇଁ ସଠିକ ଦାବି ଉପସ୍ଥାପନ କରି ନଥିବାରୁ କେନ୍ଦୁପତ୍ର ତୋଳାଳୀଙ୍କୁ ଟିକସ ଦେବାକୁ ପଡ଼ୁଛି । ଦେଶର ଅନ୍ୟାନ୍ୟ ରାଜ୍ୟରେ କେନ୍ଦୁପତ୍ରରୁ ସଂଗୃହୀତ ଲାଭାଂଶର ଶତ ପ୍ରତିଶତ ଲାଭାଂଶକୁ କେନ୍ଦୁପତ୍ର ତୋଳାଳି ଓ ଶ୍ରମିକଙ୍କ ଭିତରେ ବାଣ୍ଟି ଦେଉଥିବାବେଳେ ଓଡ଼ିଶା ସରକାର ଲାଭାଂଶର ମାତ୍ର ୨୫ ଭାଗ ବୋନସ ଦେଉଛନ୍ତି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
କେନ୍ଦୁପତ୍ର ତୋଳାଳିଙ୍କୁ ଯେଉଁ ବୋନସ ମିଳୁଥିଲା, ତାକୁ ରାଜ୍ୟ ସରକାର କରୋନା ସମୟରେ ଆଳ ଦେଖାଇ କାହିଁକି ୨ ବର୍ଷ ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିଦେଲେ ? । ୩ ବର୍ଷ ହେଲାଣି ସିଜନାଲ ଷ୍ଟାଫଙ୍କ ଦରମା ବୃଦ୍ଧି ନ ହେବା ପଛରେ ଦାୟୀ କିଏ ? । ଆଦିବାସୀମାନଙ୍କୁ ବିଭିନ୍ନ ଲଘୁ ବନ ଉତ୍ପାଦର ସର୍ବନିମ୍ନ ମୂଲ୍ୟ ସହାୟତା ପାଇଁ ପ୍ରାୟ ୫୦ କୋଟି ଟଙ୍କା ସହାୟତା ମୋଦି ଦେଇଛନ୍ତି ବୋଲି ପ୍ରେସ୍ ବିଜ୍ଞପ୍ତିରେ କହିଛନ୍ତି ରବି ନାଏକ ।