କଣ୍ଟାବାଞ୍ଜିରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହିଞ୍ଜିଳି ସହ କଣ୍ଟାବାଞ୍ଜି ୨ଟି ଆସନରୁ ନିର୍ବାଚନ ଲଢିବେ ନବୀନ। । ତେବେ ଏ ନେଇ ବିଜେଡି ପକ୍ଷରୁ ସ୍ପଷ୍ଟ କରାଯାଇଛି। ପୂର୍ବରୁ ନବୀନ ବିଜେପୁରରୁ ଲଢିଥିଲେ ନବୀନ ପଟ୍ଟନାୟକ।
୨୦୧୯ ଭଳି ୨ଟି ଆସନରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ । ପୂର୍ବରୁ ହିଞ୍ଜିଳି ଆସନରୁ ମୁଖ୍ୟମନ୍ତ୍ରୀ ବିଜେଡି ପ୍ରାର୍ଥୀ ହୋଇଥିବା ବେଳେ ଆଜି କଣ୍ଟାବାଞ୍ଜିରୁ ନବୀନ ଲଢିବା ନେଇ ଘୋଷଣା ହୋଇଛି । ଏହାପୂର୍ବରୁ ୨୦୧୯ରେ ହିଞ୍ଜିଳି ସହ ବିଜେପୁର ଆସନରୁ ନିର୍ବାଚନ ଲଢିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଭୟ ଆସନରେ ମୁଖ୍ୟମନ୍ତ୍ରୀ ବିଜୟୀ ହୋଇଥିବା ବେଳେ ପରେ ବିଜେପୁର ଆସନ ଛାଡି ହିଞ୍ଜିଳି ଆସନ ରଖିଥିଲେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର