ସେହିପରି ପୂର୍ବ ସୂଚନା ମୁତାବକ ଆସନ୍ତାକାଲି ଅର୍ଥାତ୍ 5 ତାରିଖ ରାତିରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାତି 9ଟା 30ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ଭୁବନେଶ୍ୱରରେ ପହଞ୍ଚିବା ପରେ ବିଜେପି ପକ୍ଷରୁ ମୋଦିଙ୍କୁ ଦିଆଯିବ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା । ହଜାର ହଜାର ସଂଖ୍ୟାରେ ଲୋକ ବିମାନ ବନ୍ଦର ବାହାରେ ମୋଦିଙ୍କୁ ସ୍ବାଗତ କରିବେ । ରାଜଭବନରେ ରାତିରେ ରହିବେ ପ୍ରଧାନମନ୍ତ୍ରୀ ମୋଦି ।
6 ତାରିଖ ସକାଳୁ ବ୍ରହ୍ମପୁର ଅଭିମୁଖେ ବାହାରି ଯିବେ ପ୍ରଧାନମନ୍ତ୍ରୀ । ପ୍ରଥମେ ବ୍ରହ୍ମପୁରରେ ବିଶାଳ ସମାବେଶରେ ଯୋଗ ଦେବେ । ତା'ପରେ ନବରଙ୍ଗପୁରରେ ମଧ୍ୟ ବଡ଼ ଜନସଭାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଉଦବୋଧନକୁ ଅପେକ୍ଷା କରିଛନ୍ତି ଓଡ଼ିଶାବାସୀ । ଓଡ଼ିଆ ଅସ୍ମିତା, ଭାଷା, ସାହିତ୍ୟ ଓ ସଂସ୍କୃତି ବିପଦରେ ପଡ଼ିଥିବା କଥା ମୋଦି କହି ସାରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ ନେଇ ସରଗରମ ହେଲାଣି ରାଜ୍ୟ ରାଜନୀତି ।
ଆହୁରି ପଢନ୍ତୁ ରାଜନୀତି ଖବର...