ପୁରୀ: ରଥକାଠ ଅନୁକୂଳ ପାଇଁ ଆସିଲା ଆଜ୍ଞାମାଳ । ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ହୋଇଛି । ଆଜିଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ୨୧ଦିନିଆ ଚନ୍ଦନ ଯାତ୍ରା। ଏହାସହ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ତିନି ରଥ ନିର୍ମାଣ ଲାଗି ଆଜି ରଥକାଠ ଅନୁକୂଳ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।
ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼ । ଜଣେ ମହିଳା ପୋଲିସ କର୍ମଚାରୀ ଆହତ ସୂଚନା । evm ମେସିନ ନେଲାବେଳେ ମହିଳା ଓ ଭୋଟରଙ୍କୁ ପୋଲିସର ଲାଠିଚାର୍ଜ ।
ଅଧିକ ପଢନ୍ତୁ : ବିଜେପି କର୍ମୀଙ୍କୁ ଦୁର୍ବୃତ୍ତଙ୍କ ଭୁଜାଲିରେ ହତ୍ୟା
ଭୋଟ୍ ଦେବାକୁ ସୁଯୋଗ ନମିଳିବାରୁ ତାତିଲେ ଲୋକେ । ପୂର୍ବରୁ ବୌଦ୍ଧ ୫୭ ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ ସ୍ଥାନୀୟ ଲୋକେ ।
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍ନ ୮.୩୦ ମିନିଟ ସମୟରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ମେ' ୨୨ ତାରିଖ ସୁଦ୍ଧା ଏହା ପଶ୍ଚିମବଙ୍ଗଗ ଦିଗକୁ ଗତି କରି କେନ୍ଦ୍ରୀଭୂତ ହେବାର ସମ୍ଭାବନା ରହିଛି । ମେ' ୨୪ ତାରିଖରେ ଏହା ବଙ୍ଗୋପ ସାଗରର କେନ୍ଦ୍ରୀୟ ଇଲାକାରେ ଲଘୁଚାପର ରୂପ ନେଇପାରେ । ଏହାର ପ୍ରଭାବରେ ଘଣ୍ଟା ପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ।
ମେ' ୨୩ ତାରିଖ ସକାଳୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଖପାଖ ଅଞ୍ଚଳକୁ ବିସ୍ତାର କରିବ । ମେ' ୨୪ ତାରିଖ ବେଳକୁ ପବନର ବେଗ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ବହିବାର ସମ୍ଭାବନା ରହିଛି। ଏସବୁକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଏଥିରେ କୁହାଯାଇଛି କି, ଏହି ସମୟରେ ମତ୍ସଜୀବୀମାନଙ୍କୁ ସମଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଏହାସହ ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ମାଛ ଧରିବାକୁ ଯାଉଛନ୍ତି ସେମାନେ ଯଥାଶୀଘ୍ର ସ୍ଥଳଭାଗକୁ ଫେରିଆସିବାକୁ ପରାମର୍ଶ ଦେଇଛନ୍ତି।
ଅଧିକ ପଢ଼ନ୍ତୁ ପାଣିପାଗ ଖବର