ଅଧିକ ପଢନ୍ତୁ ପାଣିପାଗ ଖବର
ତେବେ ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀର ପ୍ରଭାବ । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ବଜ୍ରପାତ ଆଶଙ୍କା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । କାଳବୈଶାଖୀ ଯୋଗୁଁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ମିଳିପାରେ ଆଶ୍ୱସ୍ତି । ୨୫ ତାରିଖ ଯାଏ କାଳବୈଶାଖୀ ପାଇଁ ତାପମାତ୍ରା ନିୟନ୍ତ୍ରଣରେ ରହିବ ବୋଲି ଆକଳନ କରାଯାଉଛି।